କାନ୍ତକବିଙ୍କ ସ୍ମୃତିରକ୍ଷା ଉଦ୍ଦେଶ୍ୟରେ ସରକାରଙ୍କ ପ୍ରୟାସକୁ ସ୍ବାଗତ

ଭଦ୍ରକ ଅଫିସ, ୧୩ା୬- କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରେରଣାଦାୟୀ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ପରାମର୍ଶ ଦେଇଥିଲେ। ତେବେ ସେଦିନ କେବଳ ଓଡିଶାରେ ନୁହେଁ ବରଂ ସମଗ୍ର ଭାରତ ଓ ଭାରତ ବାହାରେ ଥିବା ପ୍ରତ୍ୟେକଟି ପ୍ରବାସୀ ଓଡ଼ିଆ ଏହି କାଳଜୟୀ ସଙ୍ଗୀତକୁ ଗାନ କରି ନିଜକୁ ଅତ୍ୟନ୍ତ ଧନ୍ୟ ଓ କୃତାର୍ଥ ମନେ କରିଥିଲେ। ପରେ ଗତ ୭ ତାରିଖରେ କ୍ୟାବିନେଟ ବୈଠକରେ ଏହି ସଙ୍ଗୀତକୁ ରାଜ୍ୟ ସଙ୍ଗୀତର ମାନ୍ୟତା ପ୍ରଦାନ କରାଯାଇଥିଲା। ଏଥିସହିତ ସରକାର କାନ୍ତକବିଙ୍କ ନିଜ ଜନ୍ମମାଟିରେ ତାଙ୍କର ସ୍ମୃତିରକ୍ଷା ଲାଗି ଦେଢକୋଟି ଟଙ୍କାର ପ୍ୟାକେଜ ମଧ୍ୟ ଇତିମଧ୍ୟରେ ଘୋଷଣା କରି ସାରିଛନ୍ତି। କାନ୍ତକବିଙ୍କ ସ୍ମୃତିରକ୍ଷା ନେଇ ସରକାରଙ୍କ ଏସବୁ ସାମଗ୍ରୀକ ପ୍ରୟାସକୁ ଭଦ୍ରକ ବାସୀଙ୍କ ପକ୍ଷରୁ ସ୍ବାଗତ କରାଯାଇଛି। ଏହି ପରିପ୍ରେକ୍ଷୀରେ ଭଦ୍ରକ କାନ୍ତକବି ମଞ୍ଚ ପକ୍ଷରୁ ଭାଗବତ କଲ୍ୟାଣ ମଣ୍ଡପ ଠାରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ କୃତଜ୍ଞତା ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ମଞ୍ଚର ଆବାହକ ଲକ୍ଷ୍ମୀଧର ବିଶ୍ୱାଳ ସଭାପତିତ୍ୱ କରିଥିବା ବେଳେ ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ ତାଙ୍କ ବକ୍ତବ୍ୟରେ ରାଜ୍ୟ ସଙ୍ଗୀତର ସ୍ରଷ୍ଟାରଙ୍କ ସ୍ମୃତିରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପାଇଁ ତାଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ କାନ୍ତକବିଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉଦ୍ୟାନ ଓ ନାଟମଣ୍ଡପ ତିଆରି ଖୁବଶୀଘ୍ର ଆରମ୍ଭ ହେବ ବୋଲି କହିଥିଲେ। ସେହିପରି ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ତାଙ୍କ ବକ୍ତବ୍ୟରେ କାନ୍ତକବିଙ୍କ ସ୍ମୃତିରକ୍ଷା ରାଜ୍ୟ ସରକାରଙ୍କ ଉଦ୍ୟମ ପ୍ରଶଂସନୀୟ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଧାମନଗର ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ପଣ୍ଡିତ ବୀରେନ୍ଦ୍ର ପଣ୍ଡା, ପ୍ରାଧ୍ୟାପିକା ରାଧାରଣୀ ମହାପାତ୍ର, ପ୍ରାଧ୍ୟାପକ ପବିତ୍ର ପାଣିଗ୍ରାହୀ, ଶିଳ୍ପି ଓ କବି ଅଶୋକ ମହାନ୍ତି, ହରିହର ନାୟକ, ରୋଟାରିଆନ ଶିଶିର ମିଶ୍ର, ବିଏସଏସ୍‌ର ସଞ୍ଜୀତ ନାୟକ ଓ କବି ଶ୍ରୀକାନ୍ତ ନାୟକ ପ୍ରମୁଖ ଯୋଗ ଦେଇ ଦୀର୍ଘ ୧୦୮ ବର୍ଷ ପୂର୍ବେ ରଚିତ ଏହି ସଙ୍ଗୀତକୁ ମୁଖ୍ୟମନ୍ତ୍ରୀ ରାଜ୍ୟ ସଙ୍ଗୀତର ମାନ୍ୟତା ପ୍ରଦାନ କରିଥିବାରୁ ରାଜ୍ୟ ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ।
ଫଟୋ-
ମଞ୍ଚାସୀନ ଏମ୍‌ପି, ବିଧାୟକ ଓ ଅନ୍ୟମାନେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri