କାନ୍ଥ ନିର୍ମାଣ ନେଇ ପଡ଼ୋଶୀଙ୍କ ସଂଘବଦ୍ଧ ଆକ୍ରମଣରେ ଗୋଟିଏ ପରିବାରର ୩ ଗୁରୁତର: ୫ ଗିରଫ

ଆସିକା,୨।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ସୁମନ୍ତପଲ୍ଲୀ ଗ୍ରାମରେ ଶନିବାର ବିଳମ୍ବତ ରାତିରେ ସଂଘବଦ୍ଧ ଆକ୍ରମଣ ହୋଇଛି। ଏଥିରେ ଉକ୍ତ ଗ୍ରାମର ଗୋଟିଏ ପରିବାରର ୩ଜଣ ସଦସ୍ୟ ଗୁରୁତର ହୋଇଛନ୍ତି । ସେମାନେ ହେଲେ ପୂର୍ଣ୍ଣଚନ୍ଦ୍ର ଗୌଡ, ତାଙ୍କ ପୁଅ ସୂର୍ଯ୍ୟକାନ୍ତ ଓ ନାତି ବିଶ୍ୱଜିତା । ସେମାନଙ୍କୁ ଆସିକା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ବ୍ରହ୍ମପୁର ବଡମେଡ଼ିକାଲ ସ୍ଥାନାନ୍ତର କରାଯାଇଛି।
ସୂଚନାଯୋଗ୍ୟ, ପୂର୍ଣ୍ଣଚନ୍ଦ୍ର ଓ ତାଙ୍କ ପଡ଼ୋଶୀଙ୍କ ମଧ୍ୟରେ ଘର କାନ୍ଥ ନିର୍ମାଣକୁ କେନ୍ଦ୍ରକରି ଗଣ୍ଡଗୋଳ ହୋଇଥିଲା। ଏ ନେଇ ପୂର୍ଣ୍ଣଚନ୍ଦ୍ରଙ୍କ ପରିବାର ଲୋକଙ୍କୁ ପଡ଼ୋଶୀ ମାରଣାସ୍ତ୍ରରେ ଆକ୍ରମଣ କରିଥିବା ସୂର୍ଯ୍ୟକାନ୍ତଙ୍କ ସ୍ତ୍ରୀ ସୁଲତା ଆସିକା ଥାନାରେ ଅଭିଯୋଗ କରିଥିଲେ । ପୋଲିସ ରାତିରେ ଘଟଣାସ୍ଥଳରେ ପହଞ୍ଚି ପଡ଼ୋଶୀ ଧର୍ମୁ ଗୌଡ, ରାଜନ ଗୌଡ, ଅରବିନ୍ଦ ଗୌଡ, ଅଶୋକ ଗୌଡ ଓ ପିଣ୍ଟୁ ଗୌଡଙ୍କୁ ଗିରଫ କରି ମାରଣାସ୍ତ୍ର ଜବତ କରିଛି। ଏ ନେଇ ଥାନାରେ କେସ ନଂ. ୪୯/୨୦ରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri