Posted inଜାତୀୟ

କାନ୍ଦିଲେ ଭେଙ୍କାୟା: କହିଲେ, ଏଥର ରାଖୀରେ ଖାଲି ରହିବ ହାତ

ନୂଆଦିଲ୍ଲୀ, ୭।୮: ଶୋକାକୁଳ ପରିବେଶ ମଧ୍ୟରେ ଦିଲ୍ଲୀର ଲୋଧି ରୋଡ ଶ୍ମଶାନ ଘାଟଠାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ୨୧ଟି ତୋପ ସଲାମୀର ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ କରାଯାଇଛି। ତେବେ ସୁଷମାଙ୍କ ଅନ୍ତିମଯାତ୍ରାରେ ଭାଜପାର ବହୁ ବରିଷ୍ଠ ମନ୍ତ୍ରୀ ତଥା ନେତା ଉପସ୍ଥିତ ଥିଲେ। ରାଜ୍ୟ ସଭା ସଭାପତି ତଥା ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ ସୁଷମାଙ୍କ ଅନ୍ତିମ ବିଦାୟ ପରେ କାନ୍ଦିପକାଇଥିଲେ। ଲୁହ ଛଳଛଳ ଆଖିରେ ସେ କହିଥିଲେ, ସୁଷମା ମୋର ଛୋଟ ଭଉଣୀ ପରି ଥିଲେ। ପ୍ରତିବର୍ଷ ରାଖୀ ପୂର୍ଣ୍ଣମୀରେ ସେ ମୋ ହାତରେ ରାଖୀ ବାନ୍ଧିବାକୁ ଆସୁଥିଲେ। ତାଙ୍କ ମୃତ୍ୟୁ ଦେଶ ପାଇଁ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri