କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ହୀନସ୍ତା: ୯ ବର୍ଷ ହେଲା ଏକ୍ସ-ରେ ମେଶିନ ଅଚଳ

କାମାକ୍ଷାନଗର, ୨୬।୬(ଡି.ଏନ୍‌.ଏ.)- କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଥିବା ଏକ୍ସ-ରେ ମେଶିନ ୯ ବର୍ଷ ହେଲା ଅଚଳ ହୋଇପଡ଼ିଛି। କର୍ମଚାରୀ ଅଭାବ ସମସ୍ୟା ଆଳ ଦେଖାଇ ସ୍ବାସ୍ଥ୍ୟ ବିଭାଗ ନିଜ ମୁଣ୍ଡରୁ ଦୋଷ ବାହାର କରିଦେଉଥିବାବେଳେ ହଜାର ହଜାର ରୋଗୀ ହୀନସ୍ତା ହେଉଛନ୍ତି।
କାମାକ୍ଷାନଗର ଉପଖଣ୍ଡ ଅଧୀନ ୫୦ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣଙ୍କ ସ୍ବାସ୍ଥ୍ୟସେବାର ପ୍ରାଣକେନ୍ଦ୍ର ଉପଖଣ୍ଡ ଚିକିତ୍ସାଳୟ। ଏଠାରେ ଡାକ୍ତର ଅଭାବ ସମସ୍ୟାଠାରୁ ଆରମ୍ଭ କରି ବିଭିନ୍ନ ବିଭାଗରେ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡ଼ିଛି। ଟେକ୍ନିସିଆନ ଅଭାବରୁ ସ୍ବାସ୍ଥ୍ୟକେନ୍ଦ୍ରର ଏକ୍ସ-ରେ ଯନ୍ତ୍ରପାତି ଖତ ଖାଉଛି। ୨୦୧୦ ପୂର୍ବରୁ ଏକ୍ସ-ରେ ବିଭାଗରେ ଆବଶ୍ୟକ ସ୍ବାସ୍ଥ୍ୟ ସୁବିଧା, ପରୀକ୍ଷା ନିରୀକ୍ଷା ଉପଲବ୍ଧ ହେଉଥିଲା। ବିଭାଗୀୟ କର୍ମଚାରୀଙ୍କ ଅବସର ପରେ ଏହା ସ୍ଥାଣୁ ପାଲଟିଛି। ୨୦୧୪ରେ ଜଣେ ଟେକ୍ନିସିଆନଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମାତ୍ର ୨ମାସ ପାଇଁ ନାମକୁ ମାତ୍ର ନିଯୁକ୍ତି ଦିଆଯାଇଥିଲା। ତାଙ୍କର ଅନ୍ୟତ୍ର ବଦଳି ହୋଇଯିବା ପରେ ସେହି ଦିନଠାରୁ ଉକ୍ତ ପଦବୀ ଖାଲିପଡ଼ିଛି। ଦାୟିତ୍ୱ ନେବାକୁ କେହି ନ ଥିବାରୁ ପ୍ରକୋଷ୍ଠରେ ତାଲା ଝୁଲୁଛି। ଦୁର୍ଘଟଣାରେ ଗୁରୁତର, ଟିବି ଆକ୍ରାନ୍ତ ଏବଂ ଅନ୍ୟାନ୍ୟ ପରୀକ୍ଷା ପାଇଁ ଏକ୍ସ-ରେ କରିବାକୁ ରୋଗୀ ଆସୁଥିବାବେଳେ ସେମାନଙ୍କୁ ନିରାଶ ହେବାକୁ ପଡୁଛି। ବିକଳ୍ପ ବ୍ୟବସ୍ଥା ନ ଥିବାରୁ ସେମାନେ ଜିଲା ଚିକିତ୍ସାଳୟକୁ ଯାଇ ଅଯଥା ଖର୍ଚ୍ଚାନ୍ତ ହେଉଛନ୍ତି। ଜରୁରିକାଳୀନ ସମୟରେ ରୋଗୀ ସମ୍ପର୍କୀୟମାନେ ଘରୋଇ କ୍ଲିନିକ୍‌ ଉପରେ ନିର୍ଭର କରୁଛନ୍ତି। ବାରମ୍ବାର ଦାବିସତ୍ତ୍ୱେ ଏକ୍ସ-ରେ ମେଶିନ କାର୍ଯ୍ୟକ୍ଷମ କରାଇବା ଦିଗରେ କେହି ଦୃଷ୍ଟି ଦେଉନାହାନ୍ତି। ଏ ନେଇ ଉପଖଣ୍ଡ ଚିକିତ୍ସାଧିକାରୀ ଡ. ରତ୍ନାକର ସାମଲ କୁହନ୍ତି, ସ୍ବାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଅଭାବ ରହିଛି। ବାରମ୍ବାର ଚିଠି ଲେଖିଲେ ମଧ୍ୟ ତାହା ଫାଇଲ ତଳେ ରହିଯାଉଛି। ଉପରିସ୍ତରରେ ଆନ୍ତରିକତା ନ ଦେଖାଇଲେ ଏହି ଅସୁବିଧା ଲାଗିରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri