କାମାକ୍ଷାନଗର କଲେଜରେ ଆରମ୍ଭ ହେବ ଇଗ୍ନୋ ପାଠ୍ୟକ୍ରମ

କାମାକ୍ଷାନଗର, ୩୦।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର କଲେଜରେ ଆରମ୍ଭ ହୋଇଥିବା ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହେବ ଶିକ୍ଷାଦାନ। ଏ ନେଇ ମଙ୍ଗଳବାର ପୂର୍ବାହ୍ନରେ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପାଠ୍ୟକ୍ରମକୁ ବ୍ୟାପକ କରିବାକୁ ସମସ୍ତଙ୍କ ସହଯୋଗ ଲୋଡ଼ା ବୋଲି କହିଛନ୍ତି ଆହ୍ବାନ ଦେଇଛନ୍ତି ଭୁବନେଶ୍ବର ଶାଖା ସହକାରୀ ଆଞ୍ଚଳିକ ନିର୍ଦ୍ଦେଶକ ଡା. ସନ୍ତୋଷ କୁମାର ପାଣିଗ୍ରାହୀ।
ଦେଶରେ ଶିକ୍ଷାକ୍ଷେତ୍ରରେ ବିପ୍ଳବ ସୃଷ୍ଟି କରିଛି ଇଗ୍ନୋ। ଏହି ପାଠ୍ୟକ୍ରମରେ ନାମ ଲେଖାଇଥିବା ହଜାର ହଜାର ଶିକ୍ଷତ ଯୁବତୀଯୁବକ ଆତ୍ମନିର୍ଭରଶୀଳ ହୋଇ ପାରୁଛନ୍ତି। ଏଥିପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଜାତୀୟ ସ୍ବାସ୍ଥ୍ୟ ମିଶନ,ଭାରତ ଦକ୍ଷତା ବିକାଶ ଅନୁଷ୍ଠାନ ସହ ସହବନ୍ଧିତ ହୋଇ ଶିକ୍ଷା ଜାରି ରହିଛି। ଅନୁସୂଚିତ ଜାତି ଏବଂ ଜନଜାତିର ଛାତ୍ରୀଛାତ୍ରଙ୍କୁ ସମ୍ପୂର୍ଣ୍ଣ ମାଗଣା ଶିକ୍ଷା ଦିଆଯିବାର ବ୍ୟବସ୍ଥା କରାଯାଇଛି। ସମେସ୍ତ ଏହାର ସୁଯୋଗ ନେଲେ ଏହି ପାଠ୍ୟକ୍ରମର ପ୍ରକୃତ ଉଦ୍ଦେଶ୍ୟ ସାଧିତ ହୋଇପାରିବ। ଅଧିକରୁ ଅଧିକ ଶିକ୍ଷିତ ସୃଷ୍ଟି ହୋଇପାରିବେ ବୋଲି ଡା. ପାଣିଗ୍ରାହୀ ସୂଚନା ଦେଇଥିଲେ।
କାମାକ୍ଷାନଗର ଶିକ୍ଷାକେନ୍ଦ୍ର ସଂଯୋଜକ ଡା. ଶ୍ରୀବତ୍ସ କୁମାର ସାହୁ ଆଲୋଚନାରେ ଭାଗନେଇ ବିଭିନ୍ନ ବିଭାଗ ସମ୍ପର୍କରେ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟକ୍ଷା ସ୍ମିତାରାଣୀ ପାତ୍ର, ପୂର୍ବତନ ସଂଯୋଜକ ଦୁର୍ଗାଚରଣ ବିଶ୍ବାଳ, ଡା. ରାମଚନ୍ଦ୍ର ସାହୁ, ସହ ସଂଯୋଜକ ପ୍ରମୋଦ କୁମାର ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri