କାମ ଦେବା ନଁ।ରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜିଲାପାଳ,ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

 

ଗଞ୍ଜାମ,୧ା୬(ଡି.ଏନ.ଏ.)- ଗଞ୍ଜାମ ସହରସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ କାର୍ଯ୍ୟରତ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ସ୍ଥାନୀୟ ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ କାମ ଦେବା ନଁାରେ ବଳାତ୍କାର ଉଦ୍ୟମ କରିଥିବା ଗତ ୨୨ ତାରିଖରେ ଗଞ୍ଜାମ ଥାନାରେ ଅଭିଯୋଗ ହୋଇଥିଲା। ନଂ.୪୨/୧୯ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲେ ମଧ୍ୟ ଏଯାବତ୍‌ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିପାରିନାହିଁ। ଘଟଣା ପରଠାରୁ ସେ ଫେରାର ହୋଇଯାଇଛନ୍ତି। ଫଳରେ କାଇଁଚପୁର ପଞ୍ଚାୟତ ଏବଂ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏନେଇ ଶନିବାର ଗ୍ରାମବାସୀ ଛତ୍ରପୁର ଯାଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏବଂ ଏସ୍‌ପି ବ୍ରିଜେଶ କୁମାର ରାଏଙ୍କୁ ପୃଥକ ପୃଥକ୍‌ ଭାବେ ଭେଟି ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଥିଲେ। ଅଭିଯୁକ୍ତଙ୍କ ସହ କମ୍ପାନୀର ୩ଜଣ କର୍ମଚାରୀ ଏବେବି ଯୋଗାଯୋଗରେ ଅଛନ୍ତି, ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରିବା ପାଇଁ ଗ୍ରାମବାସୀ ଏସ୍‌ପିଙ୍କୁ କହିଥିଲେ। ଏସ୍‌ପି ଆଡିସ୍‌ନାଲ ଏସ୍‌ପି ପତିତପାବନ ଚୌଧୁରୀଙ୍କୁ ଡାକି ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଖୁବ୍‌ଶୀଘ୍ର ଅଭିଯୁକ୍ତକୁ ଗିରଫ କରାଯିବ ବୋଲି ଏସ୍‌ପି ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପଟେ ଏସ୍‌ଡିପିଓ ଉତ୍କଳ କେଶରୀ ଦାସଙ୍କ ନିର୍ଦ୍ଦେଶକ୍ରମେ ପୋଲିସର ଏକ ଟିମ ମୋବାଇଲ ଟ୍ରାକିଂ କରି କଟକ ଚୌଦ୍ୱାର ଯାଇ ଅଭିଯୁକ୍ତଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ଏନେଇ କମ୍ପାନୀ ଲୋକସମ୍ପର୍କ ସୂଚନା ଅଧିକାରୀ ରବୀନ୍ଦ୍ର କୁମାର ମାହାନ୍ତିଙ୍କୁ ପଚାରିବାରୁ ସିକ୍ୟୁରିଟି ଅଫିସରଙ୍କ ନାମରେ ଅଭିଯୋଗ ପରେ ତାଙ୍କୁ କାର୍ଯ୍ୟରୁ ଅନ୍ତର କରାଯାଇଛି ଏବଂ ବହିଷ୍କାର ପତ୍ର ତାଙ୍କ ମେଲ୍‌କୁ ପଠାଇ ଦିଆଯାଇଛି ବୋଲି କହିଛନ୍ତି। ପ୍ରକାଶ ଯେ, ଗତ ୨୨ ତାରିଖରେ କମ୍ପାନୀର ସୁରକ୍ଷା ଅଧିକାରୀ ଦାସ ଜଣେ ମହିଳାଙ୍କୁ ତାଙ୍କ କ୍ୱାର୍ଟର୍ସକୁ ଡାକି କାମ ଦେବାକୁ କହି ବଳାତ୍କାର ଉଦ୍ୟମ କରିଥିଲେ। ପରେ ମହିଳା ଜଣଙ୍କ ସ୍ବାମୀଙ୍କୁ ସମସ୍ତ ଘଟଣା କହିବା ପରେ ୨୫ ତାରିଖରେ ଗଞ୍ଜାମ ଥାନାରେ ଅଭିଯୋଗ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri