Posted inଖେଳ

କାରେଙ୍କୁ ଅଷ୍ଟ୍ରେଲିଆ-ଏ ଦଳର ନେତୃତ୍ୱ

ସିଡ୍‌ନୀ, ୨୯।୧୦ (ଏଏଫ୍‌ପି)- ଘରୋଇ ଅଷ୍ଟ୍ରେଲିଆ ବିପକ୍ଷ ଆଗାମୀ ଟେଷ୍ଟ ସିରିଜ ପୂର୍ବରୁ ପାକିସ୍ତାନ କ୍ରିକେଟ୍‌ ଦଳ ଏକ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଖେଳିବାର କାର୍ଯ୍ୟସୂଚୀ ରହିଛି। ଅଷ୍ଟ୍ରେଲିଆ-ଏ ବିପକ୍ଷରେ ଭ୍ରମଣକାରୀ ପାକିସ୍ତାନ ଦଳ ଏହି ୩ ଦିନିଆ ମ୍ୟାଚ୍‌ ଖେଳିବ। ଏଥିଲାଗି ମଙ୍ଗଳବାର ଅଷ୍ଟ୍ରେଲିଆ-ଏ ଦଳ ଘୋଷଣା କରାଯାଇଛି। ଉଇକେଟ୍‌କିପର ଆଲେକ୍ସ କାରେଙ୍କୁ ଏହି ଦଳର ନେତୃତ୍ୱ ପ୍ରଦାନ କରାଯାଇଛି। ବିବାଦୀୟ ଭାବେ ଆଶେସ ସିରିଜରୁ ବାଦ୍‌ ପଡ଼ିଥିବା ଜୋ ବନର୍‌ସଙ୍କୁ ମଧ୍ୟ ଦଳରେ ସ୍ଥାନ ମିଳିଛି। ଅଷ୍ଟ୍ରେଲିଆ ସୀମିତ ଓଭର ଦଳର ଉପ-ଅଧିନାୟକ ରହିଥିବା କାରେ ଉଭୟ ଦିନିକିଆ ଓ ଟି୨୦ରେ ବ୍ୟାଟ୍‌ ଓ ଗ୍ଲୋଭ୍ସରେ ବେଶ୍‌ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। କିନ୍ତୁ ଟେଷ୍ଟ ଅଧିନାୟକ ଟିମ୍‌ ପାଇନ୍‌ ଓ ମାଥ୍ୟୁ ଓ୍ବାଡେଙ୍କ ଯୋଗୁ ସେ ଆଶେସ ଦଳରେ ସୁଯୋଗ ପାଇପାରି ନ ଥିଲେ। ଅଷ୍ଟ୍ରେଲିଆ-ଏ ଓ ପାକିସ୍ତାନ ମଧ୍ୟରେ ଏହି ମ୍ୟାଚ୍‌ ଅକ୍ଟୋବର ୩୧ରୁ ସିଡ୍‌ନୀରେ ଖେଳାଯିବ। ଏହାପରେ ବ୍ରିସବେନ୍‌ ଓ ଆଡିଲେଡରେ ୨ଟି ଯାକ ଟେଷ୍ଟ ମ୍ୟାଚ୍‌ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri