କାର୍ଡ଼ ଥାଇବି ନିର୍ମାଣ ଶ୍ରମିକଙ୍କୁ ମିଳିପାରୁୁନି ସହାୟତା

ରାଇସୁଆଁ, ୨୮।୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଆଗୁଆ ପଦକ୍ଷେପମୂଳକ କାର୍ଯ୍ୟ ଗ୍ରହଣ କରି ସରକାର ଲୋକଙ୍କୁ ବିଭିନ୍ନ ପ୍ରକାରର ସହାୟତ଼ା ପ୍ରଦାନ କରୁଛନ୍ତି। ହେଲେ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ଼ ନୂଆଗାଁ ପଞ୍ଚାୟତ଼ରେ ଶତ଼ାଧିକ ନିର୍ମାଣ ଶ୍ରମିକଙ୍କ କାର୍ଡ଼ ଥାଇବି ସହାୟତାରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ନୂଆଗାଁ ପଞ୍ଚାୟତ଼ ପରିସରରେ ନିର୍ମାଣ ଶ୍ରମିକଙ୍କୁ ପ୍ରଶାସନ ପକ୍ଷରୁ ୧୫ଶହ ଟଙ୍କା ସହାୟତା ରାଶି ବଣ୍ଟନ କରାଯାଇଥିଲା। ହେଲେ ଏହି ସହାୟତାର ଲାଭ କେତେକ ଉଠାଇଥିବା ବେଳେ ଆଉ କେତେକ ନିରାଶ ହୋଇ ଘରକୁ ଫେରିଥିବା ଶ୍ରମିକମାନେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ଯେଉଁ ଶ୍ରମିକଙ୍କ ପୁରୁଣା କାର୍ଡ ରହିିଛି ସେମାନଙ୍କର ନାଁ ଏହି ସହାୟତା ତାଲିକାରେ ନାହିଁ। ଯାହାଦ୍ୱାରା ତାଲିକାରେ ନାଁ ଥିବା ଶ୍ରମିକଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ପୁରୁଣା ଶ୍ରମିକମାନେ ଉକ୍ତ ସହାୟତାରୁ ବଞ୍ଚିତ ହୋଇଥିବା ଜଣାପଡ଼ିଛି। ଏହି ବିଷୟରେ ନୁଆଗାଁ ପଞ୍ଚାୟତ଼ ପିଓଙ୍କୁ ପଚ଼ାରିବାରୁ ଲେବର ଅଫିସରଙ୍କ ତ୍ରୁଟି ଯୋଗୁ ଏହି ସମସ୍ୟା ଦେଖାଦେଇଛି ବୋଲି ସେ କହିଥିଲେ। ଅପରପକ୍ଷେ ଏହାର ରିପୋର୍ଟ ଆସିବା ପରେ ଉକ୍ତ ହିତାଧିକାରୀଙ୍କ ଏହି ସହାୟତ଼ା ସାମିଲ କରାଯିବ ବୋଲି ସଦର ବିଡ଼ିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri