ଛତ୍ରପୁର,୧ା୧(ଡି.ଏନ୍.ଏ.)-ଗଞ୍ଜାମ ପୋଲିସ ଜିଲା ଅଧିନ ପାଟପୁର ଥାନାର ସବ୍ ଇନ୍ସପେକ୍ଟର ପ୍ରିତୀ ମଞ୍ଜରୀ ଗଡନାୟକଙ୍କୁ ମଙ୍ଗଳବାର ସନ୍ଧ୍ୟାରେ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗୁ ତାଙ୍କୁ ନିଲମ୍ବିତ କରାଯାଇଥିବା ଯୋଗାଯୋଗବେଳେ ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରଏ ସୂଚନା ଦେଇଛନ୍ତି। ଏହି ମାମଲାର ଅଧିକ ତଦନ୍ତ ପାଇଁ ଅତିରିକ୍ତ ଏସ୍ପିଙ୍କୁ ଦାୟିତ୍ୱ ଦିଆଯାଇଥିବା ଏସ୍ପି କହିଛନ୍ତି। ପ୍ରକାଶ ଯୋଗ୍ୟ, ସୋମବାର ରାତିରେ ପାଟପୁର ଥାନା ଅଧିକାରୀ ଓ ଉକ୍ତ ସବ୍ ଇନ୍ସପେକ୍ଟରଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ସହ ପାଟିତୁଣ୍ଡ ହୋଇଥିଲା। ବିଳମ୍ବିତ ରାତି ପର୍ଯ୍ୟନ୍ତ ଏପରି ଅପ୍ରିତୀକର ପରିସ୍ଥିତି ପାଟପୁର ଥାନାରେ ଚାଲିଥିଲା। ଏସମ୍ପର୍କରେ ଖବର ପାଇ ମଙ୍ଗଳବାର ଆସିକା ଏସ୍ଡିପିଓ ଉକ୍ତ ଥାନାକୁ ଯାଇ ଦିନତମାମ ତଦନ୍ତ କରିଥିଲେ। ଏସ୍ଡିପିଓଙ୍କ ତଦନ୍ତ ରିପୋର୍ଟକୁ ଆଧାର କରି ଗଞ୍ଜାମ ଏସ୍ପି ସବ୍ଇନ୍ସପେକ୍ଟର ଗଡନାୟକଙ୍କୁ ନିଲମ୍ବିତ କରିଛନ୍ତି। ଏପରିକି ଉକ୍ତ ଥାନାରେ ସୋମବାର ରାତିରେ ହୋଇଥିବା ପାଟିତୁଣ୍ଡ ନେଇ ଏକ ଷ୍ଟେସନ ଡାଏରୀ ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର
ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…
ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ
ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…
ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ
ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…
TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍ କାଟ୍…
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍ ସରବରାହ…
ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…
College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…
ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…
ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…
ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

