କାର୍ଯ୍ୟରେ ଅବହେଳା ଯୋଗୁ ଉଚ୍ଚଶିକ୍ଷା ବିଭାଗର ଉପବିଭାଗ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଉଚ୍ଚଶିକ୍ଷା ବିଭାଗର ଉପବିଭାଗ ଅଧିକାରୀ କ୍ଷେତ୍ରବାସୀ ଗୋଚ୍ଛାୟତଙ୍କୁ କାର୍ଯ୍ୟରେ ଅବହେଳା ଯୋଗୁ ନିଲମ୍ବନ କରାଯାଇଛି। ତାଙ୍କ ନିଲମ୍ବନ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯାଇଛି। ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଗତ ଜାନୁୟାରୀ ୨୧ରେ ନଅତାଲାସ୍ଥିତ ଉଚ୍ଚଶିକ୍ଷା ବିଭାଗ ଦ୍ବିତୀୟ କ୍ୟାମ୍ପସ୍‌ ଅଚାନକ ଗସ୍ତ ସମୟରେ ଫାଇଲ୍‌ ପ୍ରକ୍ରିୟାରେ ଅହେତୁକ ବିଳମ୍ବ ସମ୍ପର୍କରେ ଜାଣିବାକୁ ପାଇଥିଲେ। ଫାଇଲ୍‌ଟି ୬ ମାସରୁ ଊର୍ଦ୍ଧ୍ୱକାଳ କାର୍ଯ୍ୟକାରୀ ନ ହୋଇ ପଡ଼ିରହିଥିବାରୁ ମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତ କରିବା ସହ ଏହାର ତଦନ୍ତ କରି କାର୍ଯ୍ୟରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏନେଇ ବିଭାଗ ପକ୍ଷରୁ ତଦନ୍ତ କରାଯାଇ ଉପବିଭାଗ ଅଧିକାରୀ ଗୋଚ୍ଛାୟତଙ୍କୁ ତୁରନ୍ତ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ‘୫-ଟି’ ଆଧାରରେ କାର୍ଯ୍ୟ କରି ଫାଇଲ୍‌ ପ୍ରକ୍ରିୟାରେ ପାରଦର୍ଶିତା ଆଣିବାକୁ ମନ୍ତ୍ରୀଙ୍କ ବାରମ୍ବାର ତାଗିଦ୍‌ ସତ୍ତ୍ବେ ଉପବିଭାଗ ଅଧିକାରୀ କାର୍ଯ୍ୟରେ ଅବହେଳା କରିବାରୁ ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri