କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ

ଢେଙ୍କାନାଳ ଅଫିସ,୧୨ା୪:ଢେଙ୍କାନାଳ ପୌରାଞ୍ଚଳର ୧୯ନଂ. ୱାର୍ଡରେ ରହୁଥିବା ନବନିର୍ବାଚିତ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଘର ଉପରକୁ ଶନିବାର ବିଳମ୍ବିତ ରାତିରେ ହୋଇଥିବା ବୋମାମାଡ଼ ଘଟଣାକୁ ତୀବ୍ର ନିନ୍ଦା କରିଛି ରାଜ୍ୟ ଭାଜପା। ତୁରନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଜୋର୍‌ଦାର ଆନ୍ଦୋଳନ କରାଯିବ ବୋଲି ସୋମବାର ଘଟଣାସ୍ଥଳ ପରିଦର୍ଶନରେ ଆସିଥିବା ରାଜ୍ୟ ଭାଜପାର ଏକ ପ୍ରତିନିଧି ଦଳ ଚେତାବନୀ ଦେଇଛି।
ରାଜ୍ୟ ଭାଜପା ପକ୍ଷରୁ ଏକ ସ୍ବତନ୍ତ୍ର ପ୍ରତିନିଧି ଦଳ ଅପରାହ୍ନ ୩ଟାରେ ଢେଙ୍କାନାଳରେ ପହଞ୍ଚିଥିଲା। ଏହି ପ୍ରତିନିଧି ଦଳରେ ଥିବା ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଲୋଇସିଙ୍ଗା ବିଧାୟକ ଡ. ମୁକେଶ ମହାଲିଙ୍ଗ, ରାଜ୍ୟ ଭାଜପା ଉପସଭାପତି ତଥା ଢେଙ୍କାନାଳ ଜିଲା ପ୍ରଭାରୀ ପ୍ରଭାତୀ ପରିଡା, ଅନ୍ୟ ଉପସଭାପତି ଅନିତା ଶୁଭଦର୍ଶିନୀ ପୌରାଧ୍ୟକ୍ଷାଙ୍କ ଘର ତଥା ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ପରେ ପ୍ରତିନିଧି ଦଳ ପୌରାଧ୍ୟକ୍ଷା ପାତ୍ର ଓ ତାଙ୍କ ସ୍ବାମୀ ରାଜ୍ୟ ଭାଜପା କୃଷକ ମୋର୍ଚ୍ଚା ଉପସଭାପତି ରାମଚନ୍ଦ୍ର ପାତ୍ରଙ୍କ ସହିତ ଆଲୋଚନା କରିଥିଲେ। ବିଜୁ ଜନତା ଦଳ ଲୋକମାନଙ୍କୁ ଭୟଭୀତ କରି ଭୋଟ ହାତେଇଛି। ଗୁଣ୍ଡାମାନଙ୍କୁ ପ୍ରୋତ୍ସାହନ ଦେଇଛି। ସେମାନଙ୍କ ମାଧ୍ୟମରେ ନିର୍ବାଚନ ଜିତିଛି। ପ୍ରଶାସନ ଓ ପୋଲିସ ବିଜେଡିର ହାତବାରିସୀ ସାଜିଛନ୍ତି। ଏହି କାରଣରୁ ନିର୍ବାଚନ ପରବର୍ତ୍ତି ହିଂସା ରାଜ୍ୟରେ ଅଣାୟତ୍ତ ହୋଇଛି। ଅଭିଯୁକ୍ତମାନଙ୍କୁ ପୋଲିସ ଘଣ୍ଟ ଘୋଡ଼ାଉଛି। ରାଜ୍ୟ ସରକାର ମହିଳା ସଶକ୍ତୀକରଣ କଥା କହୁଥିବା ବେଳେ ପୌର ପରିଷଦର ଅଧ୍ୟକ୍ଷ ପଦବୀରେ ବସିଥିବା ଜଣେ ମହିଳାଙ୍କ ଘର ଉପରକୁ ଏଭଳି ଆକ୍ରମଣ ଅତ୍ୟନ୍ତ ନିନ୍ଦନୀୟ। ତୁରନ୍ତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଭାଜପା ରାସ୍ତାକୁ ଓହ୍ଲାଇବ ବୋଲି ପ୍ରତିନିଧିମଣ୍ଡଳୀ ଚେତାବନୀ ଦେଇଥିଲେ। ଏହାପରେ ପ୍ରତିନିଧି ମଣ୍ଡଳୀ ପୌରାଧ୍ୟକ୍ଷାଙ୍କ ସୁରକ୍ଷା ଏବଂ ଦୋଷୀଙ୍କ ଗିରଫ ଦାବିରେ ଜିଲାପାଳ ସରୋଜ କୁମାର ସେଠୀଙ୍କୁ ଭେଟି ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri