କାର୍‌ଗିଲ ଯୁଦ୍ଧରେ ଶହୀଦ୍‌ ହୋଇଥିଲେ ପିତା, ସେହିଦିନ ଜନ୍ମ ନେଲେ ଝିଅ କିନ୍ତୁ ପାଳନ୍ତି ନାହିଁ ଜନ୍ମଦିନ

ପୁଣେ, ୨୬।୭: ସାରା ଦେଶ ଶୁକ୍ରବାର କାର୍‌ଗିଲ ବିଜୟ ଦିବସ ପାଳନ କରୁଥିଲାବେଳେ କିଛି ଘରେ ଆଜି ବି ସମ୍ପର୍କୀୟଙ୍କୁ ହରାଇବାର ଦୁଃଖ ଲିଭିନାହିଁ। ମହାରାଷ୍ଟ୍ରର ସତାରାରେ ରହୁଥିବା ମହାଦେବ ଯଶଓ୍ବନ୍ତ ନିକମ କାର୍‌ଗିଲ ଯୁଦ୍ଧରେ ଯୋଗ ଦେଇ ୧୯୯୯, ଜୁନ୍‌ ୨୬ରେ ସେ ଦେଶ ପାଇଁ ଶହୀଦ ହୋଇଥିଲେ। ସେହିଦିନ ତାଙ୍କ ଝିଅ ଜନ୍ମ ହୋଇଥିଲେ। ଯଶଓ୍ବନ୍ତ ଶେଷଥର ପାଇଁ ସକାଳ ୫.୩୦ରେ ପରିବାର ଲୋକଙ୍କ ସହ କଥା ହୋଇଥିଲାବେଳେ ଏହାର ୬ ଘଣ୍ଟା ପରେ ତାଙ୍କ ଝିଅ ଜନ୍ମ ହୋଇଥିଲା। ଅପରେଶନ୍‌ ବିଜୟ କାରଣରୁ ଘର ଲୋକେ ତାଙ୍କ ନାଁ ରଖିଥିଲେ ବିଜୟା। କାର୍‌ଗିଲ ବିଜୟ ଦିବସର ୨୦ବର୍ଷ ପୂର୍ତ୍ତି ଅବସରରେ ବିଜୟା କହିଛନ୍ତି, ପିତାଙ୍କୁ ଦେଖିନାହିଁ, ଅନ୍ୟମାନଙ୍କଠାରୁ ଯାହା ଶୁଣିଛି ସେ ଜଣେ ଦୟାଳୁ ଲୋକ ଥିଲେ। ପିତାଙ୍କ ମୃତ୍ୟୁ ଯୋଗୁ ହେତୁ ପାଇବା ପରେ ଜୀବନରେ କେବେ ବି ଜନ୍ମଦିନ ପାଳନ କରିବି ନାହିଁ ବୋଲି ନିଷ୍ପତ୍ତି ନେଇଥିଲି ବୋଲି କହନ୍ତି ବିଜୟା। ସେ ଏବେ ଶିବାଜୀ କଲେଜ୍‌ରେ ଗ୍ରାଜୁଏସନ୍‌ କରୁଛନ୍ତି। ଏହାସହ ଏନସିସିରେ ଭାଗ ନେଇଛନ୍ତି। ଭବିଷ୍ୟତରେ ଭାରତୀୟ ସେନାରେ କାର୍ଯ୍ୟ କରିବାକୁ ବିଜୟା ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri