Posted inଖେଳ

କାର୍‌ ଦୁର୍ଘଟଣାରେ ବକ୍ସର ନୀରଜ ଆହତ

ନୂଆଦିଲ୍ଲୀ, ୨୬ା୬(ପି.ଟି.): ଭାରତୀୟ ପ୍ରଫେଶନାଲ ବକ୍ସର ନୀରଜ ଗୋୟାତ ଏକ କାର୍‌ ଦୁର୍ଘଟଣାରେ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଫଳରେ ଆସନ୍ତା ମାସରେ ବ୍ରିଟିଶ ଷ୍ଟାର ବକ୍ସର ଅମିର ଖାଁଙ୍କ ବିପକ୍ଷ ଡବ୍ଲ୍ୟୁବିସି ପର୍ଲ ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ମୁକାବିଲାରୁ ସେ ଓହରଯିବାକୁ ବାଧ୍ୟ ହୋଇଛନ୍ତି। ଖବର ଅନୁସାରେ ମଙ୍ଗଳବାର ରାତିରେ ହରିୟାଣାର ଏହି ୨୭ ବର୍ଷୀୟ ବକ୍ସର ଏହି ମେଗା ଫାଇଟ୍‌ ପାଇଁ ଟ୍ରେନିଂ ଶେଷ କରି ଫେରୁଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ତାଙ୍କ ମୁଣ୍ଡ, ମୁହଁ ଏବଂ ବାମ ହାତରେ ଗୁରୁତର ଆଘାତ ଲାଗିଛି। ଆମେ ତାଙ୍କର ଦ୍ରୁତ ଆରୋଗ୍ୟକାମନା କରୁଛୁ ବୋଲି ସୁପର ବକ୍ସିଂ ଲିଗ୍‌ ପ୍ରମୋଟର ବିଲ୍‌ ଡୋସାଞ୍ଜ୍‌ ପ୍ରକାଶ କରିଛନ୍ତି। ନୀରଜ ଜୁଲାଇ ୧୨ରେ ସୌଦି ଆରବର ଜେଦାହଠାରେ ଦୁଇଥର ବିଶ୍ୱ ଚାମ୍ପିୟନ ଅମିରଙ୍କ ସହିତ ଡବ୍ଲ୍ୟୁବିସି ପର୍ଲ ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ବାଉଟ୍‌ ଲଢିବାର କାର୍ଯ୍ୟକ୍ରମ ରହିଥିଲା। ଆୟୋଜକମାନେ ବର୍ତ୍ତମାନ ଏହି ମୁକାବିଲା ପାଇଁ ନୀରଜଙ୍କ ସ୍ଥାନରେ ଅନ୍ୟ ଜଣେ ବକ୍ସରଙ୍କ ସନ୍ଧାନରେ ଅଛନ୍ତି। ସୂଚନାଯୋଗ୍ୟ, ନୀରଜ ହେଉଛନ୍ତି ବର୍ତ୍ତମାନ ଡବ୍ଲ୍ୟୁବିସି ଏସିଆ ଓ୍ବେଲ୍ଟରଓ୍ବେଟ୍‌ ଟାଇଟଲ ହୋଲ୍‌ଡର। ତାଙ୍କର ଏପର୍ଯ୍ୟନ୍ତ ସୁଦ୍ଧା ଦୁଇ ନକ୍‌ଆଉଟ୍‌, ୩ ପରାଜୟ, ଦୁଇ ଡ୍ର ସହ ୧୧ ବିଜୟ ରେକର୍ଡ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri