ରାଇରଙ୍ଗପୁର,୯ା୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଯାମଦା ଥାନା ଅନ୍ତର୍ଗତ ପାଶନା ଗ୍ରାମରେ ମଙ୍ଗଳବାର ଏକ କାର୍ ଦୁର୍ଘଟଣାରେ ଜଣେ ବାଳକଙ୍କ ମୃତ୍ୟୁ ଘଟିଥିଲା। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ମୃତଦେହ ବ୍ୟବଚ୍ଛେଦ ପାଇଁ ନ ଛାଡ଼ି ଧାରଣାରେ ବସିଥିଲେ। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା। ପ୍ରଶାସନ ପକ୍ଷରୁ ମୃତକଙ୍କ ପରିବାରକୁ ରେଡକ୍ରସ ପକ୍ଷରୁ ସହାୟତା ପ୍ରଦାନ ପରେ ବୁଧବାର ଧାରଣା ପ୍ରତ୍ୟାହୃତ ହୋଇଛି।
ସୂଚନା ଅନୁଯାୟୀ, ପାଶନା ପ୍ରାଥମିକ ବିଦ୍ୟାଳୟ ପାର୍ଶ୍ୱ ରାସ୍ତାରେ ମଙ୍ଗଳବାର ଅପରାହ୍ନ ୨ଟା ୩୦ରେ ଏକ କାର୍ ସେହି ଗ୍ରାମର ବାବୁଲୁ ନାଏକଙ୍କ ପୁଅ ବୁନୁଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ କାର୍ ଚାଳକ ଆହତ ବାଳକଙ୍କୁ ଚିକିତ୍ସା ସକାଶେ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁ ଖବର ଜାଣିବା ପରେ ଡ୍ରାଇଭର ଭୟରେ ହସ୍ପିଟାଲରୁ ପଳାଇଆସି ରାଇରଙ୍ଗପୁର ଥାନା ପରିସର ତ୍ରୀନାଥ ମନ୍ଦିର ପାର୍ଶ୍ୱରେ କାର୍କୁ ଛାଡ଼ି ଫେରାର ହୋଇଯାଇଥିଲେ। ଏନେଇ ଥାନାରେ ଏକ ମାମଲା(ନଂ.୧/୨୦୨୦) ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି।
୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…
ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍ ରଖି…
ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…
ମୋରଡ଼ାରେ ଭାରତ ବନ୍ଦର ପ୍ରଭାବ
ମୋରଡ଼ା,୧୨ା୨(ସ୍ମାରକ ମାଜୀ): ଗୁରୁବାର ସିପିଆଇ(ଏମ୍)ର ଶ୍ରମିକ, କୃଷକ ଓ କ୍ଷେତ ମଜଦୁର ସଂଘ ତରଫରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି ଦିଆଯାଇଛି। ଫଳରେ…
ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…
ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…
ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର
ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…
ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…
ସ୍କୁଟିକୁ ପିଟିଲା କାର: ୭ ଗୁରୁତର
ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…
ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ
ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…
Archives

