କାର୍‌-ମିଲ୍କଭ୍ୟାନ ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର

ଝାରସୁଗୁଡ଼ା ଅଫିସ/ଲଖନପୁର,୧।୧୨(ଡି.ଏନ.ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ମହିମା ଛକ ନିକଟ ୪୯ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣକ ଚେନ୍ନାଇ ଜବାହରନଗରର ରାଜେନ୍ଦ୍ରନ ସିଂ ବୋଲି ଜଣାପଡିଥିବା ବେଳେ ଗୁରୁତରଙ୍କ ପରିଚୟ ମିଳିପାରି ନାହିଁ । ଗୁରୁତରଙ୍କୁ ଚିକିତ୍ସା ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟ ପରେ ବୁର୍ଲା ବଡ଼ମେଡିକାଲ ସ୍ଥାନାନ୍ତରିତ କରାଯାଇଛି । ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇଛି। ଦୁର୍ଘଟଣାଗ୍ରସ୍ତ କାର୍‌ (ଓଡି୨୩ଇ୧୮୯୦) ଓ ଏକ ମିଲ୍କଭ୍ୟାନ(ଓଡି୧୬ଏନ୍‌୮୬୧୦)କୁ ପୋଲିସ ଜବତ କରି ତଦନ୍ତ ଚଳାଇଛି।
ସୂଚନାନୁଯାୟୀ, ରାଜେନ୍ଦ୍ରନ କୌଣସି କାର୍ଯ୍ୟରେ ଚେନ୍ନାଇରୁ ବେଲପାହାଡ଼ ଆସିଥିଲେ। ତେବେ ସେଠାରୁ କାର୍ଯ୍ୟସାରି ସେ କାର୍‌ ଯୋଗେ ଝାରସୁଗୁଡ଼ା ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ମିଲ୍କଭ୍ୟାନ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ କାର୍‌ରେ ଥିବା ରାଜେନ୍ଦ୍ରନ ଓ କାର୍‌ ଚାଳକ ଗୁରୁତର ହୋଇଥିଲେ। ଖବରପାଇ ବେଲପାହାଡ଼ ଥାନା ପୋଲିସ ଓ ସ୍ଥାନୀୟ ଯୁବକମାନେ ପହଞ୍ଚି କାର୍‌ରୁ ଉଭୟଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ବେଳେ ରାସ୍ତାରେ ରାଜେନ୍ଦ୍ରନଙ୍କ ମୃତ୍ୟୁ ଘଟିଥିଲା। ଗୁରୁତରଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ସ୍ବାସ୍ଥ୍ୟକେନ୍ଦ୍ର ସୂତ୍ରରୁ ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri