କାର ଧକ୍କାରେ ଛାତ୍ର ମୃତ

କ୍ଷତିପୂରଣ ଦାବିରେ ରାସ୍ତାରୋକୋ ପାଟପୁର,୮ା୧୨-ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ମୁଖ୍ୟ ରାସ୍ତାରେ ଶନିବାର ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ କାର ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଜପତି ଜିଲା ଢେଉପଦର ଗଁାର ସିପୁନ ନାୟକ। ନଂ. ୧୬୨/୧୯ରେ ମାମଲା ରୁଜୁ କରି ପୋଲିସ ଛାତ୍ରଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲା। ବ୍ୟବଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଦୁର୍ଘଟଣାଗ୍ରସ୍ତ କାର୍‌ ଓ ସାଇକେଲକୁ ପୋଲିସ ଅଟକ ରଖିଛି।
ପ୍ରକାଶ ଯେ, ସିପୁନ ସାଇକେଲରେ ଲକ୍ଷ୍ମୀନାରାୟଣପୁର ଗ୍ରାମରୁ ନିଜ ଗ୍ରାମକୁ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା କାର୍‌ଟି ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତୁ ଘଟିଥିଲା। କ୍ଷତି ପୂରଣ ଦାବିରେ ସ୍ଥାନୀୟ ଲୋକେ ପୂର୍ବାହ୍ନ ପ୍ରାୟ ୧୦ ଟାରୁ ଅପରାହ୍ନ ପ୍ରାୟ ୧ଟା ପର୍ଯ୍ୟନ୍ତ ରାସ୍ତାରୋକୋ କରିଥିଲେ। ଖବର ପାଇ ସାନଖେମୁଣ୍ଡି ତହସିଲଦାର ଅମିତ କୁମାର ନାୟକ, ଡିଏସ୍‌ପି ସଞ୍ଜୟ କୁମାର ମହାପାତ୍ର, ପାଟପୁର ଥାନାଧିକାରୀ ଅଜୟ କୁମାର ବାରିକ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତେଜିତ ଲୋକଙ୍କୁ ବୁଝାଶୁଝା କରିବା ପରେ ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri