କାଲିଠୁ ଚାଲିବନି ବସ୍‌:ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ କଟକଣା ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୨୩।୩(ବ୍ୟୁରୋ)- କରୋନା ଭୂତାଣୁ (କୋଭିଡ୍‌-୧୯)ର ସଂକ୍ରମଣ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଦିନରାତି ଲାଗିପଡ଼ିଛନ୍ତି। ପ୍ରତିଦିନ ଏ ଦିଗରେ କିଛି ନା କିଛି ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ସୋମବାର ଆଉ ଏକ ବଡ଼ କଟକଣା ଲଗାଇଛନ୍ତି ରାଜ୍ୟସରକାର। ମଙ୍ଗଳବାର ଅର୍ଥାତ୍‌ ୨୪ ତାରିଖ ପୂର୍ବାହ୍ନ ୧୧ଟାଠାରୁ ସମସ୍ତ ଯାତ୍ରୀବାହୀ ବସ୍‌ ଚଳାଚଳ ବନ୍ଦ ରହିବ। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ଏହି ନିୟମ ଜାରି ରହିବ। ସେହିପରି ସମସ୍ତ ସହରାଞ୍ଚଳରେ ମଧ୍ୟରାତ୍ରିରୁ ସିଟି ବସ୍‌ ସେବା ବନ୍ଦ ରହିବ ବୋଲି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି।
ସେପଟେ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଏହି କଟକଣା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଲାଗୁ ହୋଇଥିଲା। ଟେକ୍‌ ହୋମ୍‌ ରାଶନ୍‌ ବାବଦରେ ଛତୁଆ, ଲଡ଼ୁ ଆଦି ଶୁଖିଲା ଖାଦ୍ୟ ୬ ମାସରୁ ୩ ବର୍ଷର ଶିଶୁ, ଗର୍ଭବତୀ ଏବଂ ପ୍ରସୂତୀ ମହିଳାମାନଙ୍କୁ ଅଙ୍ଗନଓ୍ବାଡ଼ି କର୍ମୀ ବା ସହାୟିକାମାନେ ସେମାନଙ୍କ ଘରେ ପହଞ୍ଚାଇବେ। ସେହିଭଳି ପ୍ରାକ୍‌ ବିଦ୍ୟାଳୟ ଶିଶୁମାନଙ୍କୁ ସକାଳ ଜଳଖିଆ ଏବଂ ମଧ୍ୟାହ୍ନରେ ରନ୍ଧା ଖାଦ୍ୟ ବାବଦକୁ ଶୁଖିଲା ଖାଦ୍ୟ ସେମାନଙ୍କ ଘରେ ପହଞ୍ଚାଇ ଦିଆଯିବ। ପ୍ରତ୍ୟେକ ପରିବାରକୁ ପ୍ରତି ସପ୍ତାହରେ ଅଣ୍ଡା ମଧ୍ୟ ଦିଆଯିବ। ଛତୁଆ ପ୍ରସ୍ତୁତକାରୀ ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଅଙ୍ଗନଓ୍ବାଡ଼ି କର୍ମୀ ଓ ସହାୟିକାମାନେ ସାମାଜିକ ଦୂରତ୍ୱ ଏବଂ ପରିଷ୍କାର ପରିଚ୍ଛନ୍ନତା ପାଇଁ ଆବଶ୍ୟକ ପ୍ରୋଟୋକଲ୍‌ ନିଶ୍ଚୟ ପାଳନ କରିବାକୁ କୁହାଯାଇଥିବା ବାଗ୍‌ଚୀ ସୂଚନା ଦେଇଛନ୍ତି।
ଲକ୍‌ଡାଉନ୍‌ ଘୋଷିତ ଅଞ୍ଚଳରେ ଅବସ୍ଥିତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ଛାତ୍ରାବାସଗୁଡ଼ିକରେ ଆସନ୍ତା ୨୫ ତାରିଖ ସନ୍ଧ୍ୟା ୬ଟା ସୁଦ୍ଧା ସ୍କଲାରସିପ୍‌ ଟଙ୍କା ଅଗ୍ରୀମ ବଣ୍ଟନ କାର୍ଯ୍ୟ ଶେଷ ହେବ। ଏଥିସହିତ ଏହି ସମୟ ମଧ୍ୟରେ ଅନ୍ତେବାସୀମାନଙ୍କୁ ସେମାନଙ୍କ ମାତାପିତା ବା ଅଭିଭାବକ ବା ପ୍ରତିନିଧିମାନେ ଛାତ୍ରାବାସରୁ ସାଥିରେ ଘରକୁ ନେଇଯିବେ। ଏଥିପାଇଁ ସେମାନେ ନିଜେ ବେସରକାରୀ ଗାଡ଼ିର ବନ୍ଦୋବସ୍ତ କରିବେ। ସେମାନଙ୍କୁ ସମ୍ପୃକ୍ତ ପ୍ରଧାନଶିକ୍ଷକ ବା ଶିକ୍ଷକମାନେ ଏକ ପ୍ରମାଣପତ୍ର ଦେବେ। ପ୍ରମାଣପତ୍ରରେ ଉକ୍ତ ଯାନଟି ପିଲାମାନଙ୍କୁ ଘରକୁ ନେବା ପାଇଁ ବ୍ୟବହୃତ ହୋଇଛି ବୋଲି ଦର୍ଶାଯାଇଥିବ। ଫଳରେ ଲକ୍‌ଡାଉନ୍‌ ସମୟରେ ଯାନବାହନ ଚଳାଚଳ କଟକଣାରୁ ସେହି ଯାନଗୁଡ଼ିକ ମୁକ୍ତ ରହିବ ବୋଲି ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri