କାଲିପୁସିଂ ନାଳରେ ପିକଅପ୍‌ ଭ୍ୟାନ ଖସିପଡ଼ିଲା

ମୋହନଗିରି,୭।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅନ୍ତର୍ଗତ ମୋହନଗିରିଠାରୁ ୫ କି.ମି. ଦୂର କନ୍ଧମାଳ ଜିଲା ସୀମାନ୍ତ କାଲିପୁସିଂ ନାଳରେ ଶୁକ୍ରବାର ପୁଣି ଏକ ଖତ ବୋଝେଇ ପିକଅପ୍‌ ଭ୍ୟାନ (ନଂ. ଓଡି୦୩ପି-୮୧୦୪) ଦୁର୍ଘଟଣା ଗ୍ରସ୍ତ ହୋଇଛି। ଚାଳକଙ୍କ ସହିତ ଉକ୍ତ ଗାଡିରେ ୪ ଜଣ ବସିଥିବା ବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡଛି। ବଲାଙ୍ଗୀର ଗୋବିନ୍ଦ ପାତ୍ରଙ୍କ ନାମରେ ଗାଡିଥିବା ବୌଦ୍ଧ ଜିଲା ମସିଣାଗୁରାର ଯଶୋବନ୍ତ କର୍ମୀ ଗାଡି ମାଲିକ ବୋଲି ଜଣାପଡିଛି। ଗାଡି ଚାଳକଙ୍କ କହିବା ଅନୁସାରେ ଶୁକ୍ରବାର ଅପରାହ୍ନ ପ୍ରାୟ ୨ଟାରେ ମୋହନଗିରି ପଟୁ ଗାଡିରେ ଖତ ବୋଝେଇ କରି କନ୍ଧମାଳ ଜିଲାକୁ ଯାଉଥିଲା। ଅଳ୍ପ ପାଣି ଅସୁଥିବା ଦେଖି ଚାଳକ ଗାଡିକୁ ନାଳ ପାର କରୁଥିବା ବେଳେ ହଠାତ ପାହାଡିଆ ପାଣି ମାଡି ଅସିଥିଲା। ଫଳରେ ଗାଡି ଭାରସାମ୍ୟ ହରାଇ ତଳକୁ ଖସି ପଡିଥିଲା। ଗାଡିରେ ବସିଥିବା ସମସ୍ତେ ଡେଇଁ ପଡି ଜୀବନ ରକ୍ଷା କରିଥିଲେ। ସୂଚନାଯୋଗ୍ୟ ଯେ, ଗତ ଅଗଷ୍ଟ ୭ ତାରିଖରେ ଏହି ନାଳ ପାରି ହେଉଥିବା ସମୟରେ ଭାଷିଯାଇ ମୋହନଗିରିର ପୂର୍ବତନ ନାଏବ ସରପଞ୍ଚ ଉପେନ୍ଦ୍ର ମାଝିଙ୍କ ମୃତ୍ୟୁ ଘଟିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

ପ୍ରହସନ ପାଲଟିଲାଣି ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଲୋକେ ଅସନ୍ତୋଷ

କେସିଙ୍ଗା,୨୦।୭:(ତୁମେଶ୍ୱର ସାହୁ): ସାଧାରଣ ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାର ଲୋକଙ୍କ ପାଖରେ ଯୁଗ୍ମ ଅଭିଯୋଗ ଶୁଣାଣି ବ୍ୟବସ୍ଥା କରିଛନ୍ତି। ତେବେ ପ୍ରଶାସନିକସ୍ତରରେ ସ୍ଥାଣୁତା ଓ…

ତେରେସିଂହା ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ଭିତ୍ତିଭୂମି ପରଖିଲେ ଜିଲାପାଳ

କର୍ଲାମୁଣ୍ଡା,୨୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ହେବାକୁ ଥିବା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ପାଇଁ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାହିଁ ନାଁ: ଗର୍ଜିଲେ ମହିଳା

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମ ପଞ୍ଚାୟତ ଅଧିନସ୍ଥ କାଦୋପଡାର ୧୩ ମହିଳା ଜିଲାପାଳଙ୍କ ଜନଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାଁ…

୨୪ରୁ ସିବିଏସ୍‌ଇ ଇଷ୍ଟ ଜୋନ୍‌ ତୀରନ୍ଦାଜ ପ୍ରତିଯୋଗିତା: ଭାଗ ନେବେ ୧୧ ରାଜ୍ୟର ପ୍ରତିଯୋଗୀ

ଭବାନୀପାଟଣା,୨୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭବାନୀପାଟଣା ବିକାଶ ଆବାସିକ ବିଦ୍ୟାଳୟରେ ଆସନ୍ତା ୨୪ ଜୁଲାଇରୁ ସିବିଏସ୍‌ଇ ଫାର୍‌ ଇଷ୍ଟ ଜୋନ୍‌ ତୀରନ୍ଦାଜ ପ୍ରତିଯୋଗିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri