Posted inପୁରୀ

କାଲି ଦାରୁଦିଅଁଙ୍କ ପ୍ରତ୍ୟକ୍ଷ ସ୍ନାନ: ଅପେକ୍ଷା କରି ରହିଛି ସ୍ନାନବେଦି

ପୁରୀ ଅଫିସ,୪ା୬:ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ମହାପ୍ରଭୁ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରିରହିଛି ସ୍ନାନବେଦି। ଠାକୁରଙ୍କ ସମସ୍ତ ନୀତିକାନ୍ତି ସିନା ହେବ କିନ୍ତୁ ଏ ସବୁକୁ ଦେଖିବାକୁ ବଡ଼ଦାଣ୍ଡରେ ଭକ୍ତ ନ ଥିବେ କି ସିଂହଦ୍ୱାରରେ ଶୁଣିବାକୁ ମିଳିବନି ଜୟ ଜଗନ୍ନାଥ ଧ୍ୱନି। ଦେଖିବାକୁ ମିଳିବନି ଭକ୍ତର ଆତୁର ପ୍ରାର୍ଥନା ଓ ଭାବବିହ୍ବଳତା। କାରଣ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଲକ୍ଷ୍ମଣରେଖା ଟାଣିଛି କରୋନା। ଏହି ମହାମାରୀ ପାଇଁ ଭକ୍ତଙ୍କୁ ଏଥର ବଡ଼ଦାଣ୍ଡ ମନା। ଶ୍ରୀମନ୍ଦିର ଇତିହାସରେ ପ୍ରଥମ ଥର ୧୪୪ ଧାରା ଭିତରେ ହେଉଛି ସ୍ନାନଯାତ୍ରା।
ଗୁରୁବାର ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ସେନାପଟା ଲାଗି ଶେଷ ହୋଇଛି। ରତ୍ନସିଂହାସନରେ ଚାରବାଡ଼ ବନ୍ଧା ସରିଛି। ରାତି ୧ଟାରୁ ଶୁକ୍ରବାର ଭୋର ୪ଟା ମଧ୍ୟରେ ପହଣ୍ଡି ଲାଗି ନୀତି ନିର୍ଘଣ୍ଟ ହୋଇଛି। ପ୍ରଥମେ ଶ୍ରୀସୁଦର୍ଶନ, ପରେ ବଡଠାକୁର ବଳଭଦ୍ର, ମା’ ସୁଭଦ୍ରା ଓ ଶେଷରେ ଜଗତର ନାଥ ଶ୍ରୀଜଗନ୍ନାଥ ସ୍ନାନବେଦିକୁ ଆସିବେ। ଦାରୁବିଗ୍ରହମାନେ ସ୍ନାନବେଦିରେ ପ୍ରତ୍ୟକ୍ଷ ସ୍ନାନ କରିବେ। ସୁନା ଗୋସେଇଁ ପରିବାରର ସଦସ୍ୟମାନେ ସୁନା କୁଅରୁ ୧୦୮ ଗଡୁ ଜଳ ଆଣି ଜଳଗୃହରେ ରଖିବେ। ଚୁଆ, ଚନ୍ଦନ, କର୍ପୁର ଆଦି ପକାଯାଇ ଜଳକୁ ଅଧିବାସ କରାଯିବ। ଅଧିବାସ ଗୃହରୁ ୧୦୮ ଗଡୁ ଜଳ ନେଇ ୪ଟି ପନ୍ତିରେ ସ୍ନାନବେଦିରେ ରଖାଯିବ। ଜଳ ପୂଜା ପରେ ଚତୁର୍ଦ୍ଧାବିଗ୍ରହଙ୍କ ସ୍ନାନନୀତି ସମ୍ପନ୍ନ ହେବ। ଶ୍ରୀବଳଭଦ୍ର ୩୩ ଗଡୁ, ସୁଭଦ୍ରା ୨୨ ଗଡୁ, ଶ୍ରୀଜଗନ୍ନାଥ ୩୫ ଗଡୁ ଏବଂ ସୁଦର୍ଶନ ୧୮ ଗଡୁ ଜଳରେ ସ୍ନାନ କରିବେ। ଗଜପତି ମହାରାଜା ଛେରାପହଁରା ନୀତି ସମ୍ପନ୍ନ କରିବା ପରେ ମହାପ୍ରଭୁଙ୍କ ଦୁଲର୍‌ଲଭ ହାତୀବେଶ ଅନୁଷ୍ଠିତ ହେବ। ଏହି ବେଶ ଥାଇ ଘଣ୍ଟଛତା ସକାଳ ଧୂପ ଭୋଗ ସମ୍ପନ୍ନ ହେବ। ଏଥର ଭକ୍ତଙ୍କୁ ବାରଣ କରାଯାଇଥିବାରୁ ସାହାଣ ମେଲା ଦର୍ଶନ ବନ୍ଦ ରହିଛି। ଅପରାହ୍ନ ୪ଟାରେ ହାତୀବେଶ ମଇଲମ ହେବ। ପରେ ପୁଷ୍ପାଞ୍ଜଳି ଓ ଡୋର ଲାଗି ଶେଷ ହୋଇ ମହାପ୍ରଭୁ ସ୍ନାନବେଦିରୁ ଗୋଟି ପହଣ୍ଡିରେ ଅଣସର ପିଣ୍ଡିକୁ ବିଜେ କରିବେ। ଅପରାହ୍ନ ୫ଟାରୁ ରାତି ୮ଟା ମଧ୍ୟରେ ବାହୁଣ୍ଡା ପହଣ୍ଡି ଶେଷ ପାଇଁ ସମୟ ନିର୍ଘଣ୍ଟ ହୋଇଛି। ଏହାପରେ ସୁନା ଚିତା ଓ ରାହୁରେଖା ମଇଲମ ହୋଇ ତାଟି ବନ୍ଧା ଯିବ। ଆରମ୍ଭ ହେବ ଅଣସର ନୀତି। ଦୀର୍ଘବର୍ଷ ପରେ ଚଳିତବର୍ଷ ପ୍ରଥମ ଥର ପାଇଁ ସ୍ନାନପୂର୍ଣ୍ଣିମା ଦିନଠାରୁ ହିଁ ଠାକୁରଙ୍କ ଅଣସର ବିଧି ଆରମ୍ଭ କରାଯିବ। ଜ୍ୱରରେ ପଡ଼ିିବେ ମହାପ୍ରଭୁ। ୧୫ଦିନ ଧରି ଚାଲିବ ଉପଚାର। ସୁସ୍ଥ ହେବେ ମହାପ୍ରଭୁ। ଆସନ୍ତା ୨୦ ତାରିଖରେ ନବଯୌବନ ଦର୍ଶନ ଥିବାବେଳେ ୨୩ ତାରିଖରେ ରଥଯାତ୍ରା।
ଏବର୍ଷ ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ନିଆରା ପରିବେଶ ରହିଛି। ପ୍ରତିବର୍ଷ ସ୍ନାନଯାତ୍ରାର ଦିନେ ଦୁଇଦିନ ପୂର୍ବରୁ ଏଠାକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟେ। ନୀଳାଦ୍ରିବିଜେ ପର୍ଯ୍ୟନ୍ତ ଗହଳିଚହଳିରେ ଫାଟିପଡ଼େ ବଡ଼ଦାଣ୍ଡଠୁ ବେଳାଭୂମି। ମାତ୍ର ଏଥର କରୋନା ପାଇଁ ଏସବୁରେ ବ୍ୟତିକ୍ରମ। ଅଢେଇ ମାସ ହେବ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ଛଡ଼ାଯାଉ ନାହିଁ। ବିନା ଭକ୍ତରେ ସ୍ନାନଯାତ୍ରା କରାଯାଉଥିବାବେଳେ ରଥଯାତ୍ରା ଆୟୋଜନକୁ ନେଇ ଅନିଶ୍ଚିତତା ଲାଗିରହିଛି। ଯଦି ବି ରଥଯାତ୍ରା, ସୁନାବେଶ ଅବା ନୀଳାଦ୍ରି ବିଜେ ହେବ ସବୁ ବିନା ଭକ୍ତରେ ବୋଲି ଚର୍ଚ୍ଚା ହେଉଛି। ସ୍ନାନଯାତ୍ରା ସୁପରିଚାଳନା ପାଇଁ ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ଏବଂ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଘରେ ରହି ସ୍ନାନଯାତ୍ରା ଦେଖିବା ଲାଗି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସିଧା ପ୍ରସାରଣ ବ୍ୟବସ୍ଥା ହୋଇଛି। ଗୁରୁବାର ଡିଆଇଜି ଆଶିଷ ସିଂ ପୁରୀ ଆସି ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି। ଶ୍ରୀମନ୍ଦିର ଆଖପାଖ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୧୦ଟାରୁ ୬ତାରିଖ ଭୋର ୨ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ପୁରୀବାସୀଙ୍କ ଏହି ତ୍ୟାଗ ଦୁନିଆ ପାଇଁ ଉଦାହରଣ ସୃଷ୍ଟି କରିବ ବୋଲି ଜିଲାପାଳ ବଲୱନ୍ତ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା, ବନ୍ଦ ହେଲା ଜଗା ଦର୍ଶନ

ପୁରୀ, ୧୭।୪(ଅଜିତ୍ କୁମାର ମହାନ୍ତି): ଶୁକ୍ରବାର ସକାଳେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତ ପଡ଼ିଥିବା କାରଣରୁ…

ଶ୍ରୀମନ୍ଦିର ଭିତର ଫଟୋ ଉଠାଇ ଧରାପଡ଼ିଲେ ନାବାଳିକା

ପୁରୀ,୧୭ା୪(ଅଜିତ୍‌ କୁମାର ମହାନ୍ତି):ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି। ଗୁରୁବାର ଶ୍ରୀମନ୍ଦିର ଭିତରେ ମୋବାଇଲ ଫୋନ୍‌ ଦ୍ୱାରା ଭିଡିଓ ଏବଂ ଫଟୋ ଉତ୍ତୋଳନ କରୁଥିବାବେଳେ…

ଗାଁ ଗାଁରେ ବଢୁଛି କୋଚିଙ୍ଗ ସେଣ୍ଟର: ସରକାରୀ ନିୟମକୁ ଫୁ’

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷାର ବିକାଶ ପାଇଁ ସରକାର ତତ୍ପର ହୋଇ ଉଠିଛନ୍ତି। ଆଧୁନିକ ଶିକ୍ଷାର ଉନ୍ନତୀକରଣ ପାଇଁ ସର୍ବଭାରତୀୟସ୍ତରରେ ଆରମ୍ଭ ହୋଇଛି ଉଦ୍ୟମ। ଏଥିପାଇଁ ଚଳିତବର୍ଷ…

ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri