କାଳବୈଶାଖୀ ପ୍ରଭାବରେ ବ୍ରହ୍ମପୁରରେ ଘଡଘଡି ବର୍ଷା

ବ୍ରହ୍ମପୁର ଅଫିସ,୩ା୬-ଗଞ୍ଜାମ ଜିଲାରେ ରବିବାର କାଳବୈଶାଖୀ ହୋଇଛି। ଏହାର ପ୍ରଭାବରେ ସନ୍ଧ୍ୟାରେ ବ୍ରହ୍ମପୁର ସମେତ ଏହାର ଉପକୂଳ ଅଞ୍ଚଳ, ଏବଂ ଜିଲାର ବିିଭିନ୍ନ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ହୋଇଛି। ଫଳରେ ଦୀର୍ଘ ଦିନର ତାତିରୁ ସହରବାସୀ ତ୍ରାହି ପାଇଛନ୍ତି।

ଦୁଇମାସ ଧରି ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିଲା। ଏଥିରୁ ବାଦ ପଡି ନ ଥିଲା ରେଶମ ସହର ବ୍ରହ୍ମପୁର। ପ୍ରଚଣ୍ଡ ଖରା ଯୋଗୁ ତାତି, ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଥିଲାା ଦିନସାରା ପ୍ରଚଣ୍ଡ ଖରା ଯୋଗୁ ବାହାରକୁ ବାହାରିବା ସହରବାସୀଙ୍କ ପାଇଁ ଏକ ପ୍ରକାର ଅସମ୍ଭବ ହୋଇଥିଲା। ରବିବାର ସନ୍ଧ୍ୟାରେ ବ୍ରହ୍ମପୁରରେ କାଳବୈଶାଖୀ ଓ ଘଡ ଘଡି ସହ ବର୍ଷା ହୋଇଛି।

ଗୋପାଳପୁର ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ପ୍ରକାରେ, କାଳବୈଶାଖୀ ଆରମ୍ଭ ହୋଇଥିବାରୁ ଏଣିକି ତାପମାତ୍ରା ହ୍ରାସ ପାଇବା ସହ ତାତିରୁ ତ୍ରାହି ମିଳିବ। ତେବେ ଦିନରେ ଖରା ଜାରି ରହିବ। କିନ୍ତୁ ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଘଡ ଘଡି ସହ ବର୍ଷା ହେବ। ଏହି ସମୟରେ ୪୦ ରୁ ୪୫ କିମି ବେଗରେ ପବନ ବହିବ ବୋଲି କେନ୍ଦ୍ର ଇନ୍‌ଚାର୍ଜ ଉମାଶଙ୍କର ସାହୁ ସୂଚନା ଦେଇଛନ୍ତି। କାଳବୈଶାଖୀ ପରେ ଆସନ୍ତା ୧୪ ରୁ ୧୫ ତାରିଖ ମଧ୍ୟରେ ମୌସୁମୀ ଓଡିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ତେଣୁ ଚଳିତ ମାସରୁ ଗ୍ରୀଷ୍ମ ତଥା ତାତିର ପ୍ରଭାବ ସମ୍ପୂର୍ଣ୍ଣ ହ୍ରାସ ପାଇପାରେ ବୋଲି ସେ ସୂଚାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri