କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି

ମନମୁଣ୍ଡା,୨୫।୪(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଯୋଗୀନ୍ଦ୍ରପୁର ପଞ୍ଚାୟତର ଏକାଧିକ ଗ୍ରାମ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତିଗସ୍ତ ହୋଇଛି। ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇଥିଲା। ଡିମିରିମୁଣ୍ଡାର ଗଣେଶ୍ୱର କହଁର, କୃଷ୍ଣ କହଁର, ମନବୋଧ କହଁର, ଚିତ୍ତରଞ୍ଜନ ପ୍ରଧାନ, ସଦାନନ୍ଦପୁରର ସୁମନ୍ତ ମେହେର, ନବୀନ ମେହେର, ରବିନାରାୟଣ ସ୍ବାଇଁ, ଶ୍ରୀବନ୍ତ ସ୍ବାଇଁ, ଦଶରଥ ମେହେର, ପ୍ରଦୀପ ପ୍ରଧାନ, ମୀନ କୁଦେଇ ଏବଂ ରାବିଡି ଗ୍ରାମର ହୃଷୀକେଶ ମିଶ୍ରଙ୍କ ସମେତ ବହୁ ଲୋକଙ୍କ ଘର ଛପର ଉଡ଼ିଯାଉଛି। କେତେକ ମାଟି ଘର ଭାଙ୍ଗି ଚୁରମାର ହୋଇଯାଇଛି। ଏହି ପରିବାର ସଦସ୍ୟମାନେ ବାସହରା ହୋଇପଡିଥିବା ସ୍ଥାନୀୟ ସରପଞ୍ଚ ବିଦ୍ୟାଧର ମହାକୁଡ କହିଛନ୍ତି। ରାବିଡିର ହୃଷିକେଶ ମିଶ୍ରଙ୍କ ଘରର ବ୍ୟାପକ କ୍ଷତି ଘଟିଛି । ତାଙ୍କ ଘର ଛପର ସମ୍ପୂର୍ଣ୍ଣ ଉଡ଼ି ଯାଇଛି । ବର୍ଷାରେ ସମସ୍ତ ଖାଦ୍ୟ ପଦାର୍ଥ, ଚାଉଳ, ଆସବାବପତ୍ର ନଷ୍ଟ ହୋଇଯାଇଛି । ତଥାପି ପରିବାର ସଦସ୍ୟମାନେ ଏହି ବିପଦରୁ ରକ୍ଷା ପାଇଯାଇଛନ୍ତି। ସରପଞ୍ଚ ମହାକୁଡ, ସାମାଜିକ କର୍ମୀ ପ୍ରହଲ୍ଲାଦ ଭୋଇ ପରିସ୍ଥିତି ଅନୁଧ୍ୟାନ କରିବା ସହିତ ସହଯୋଗର ହାତ ବଢାଇଛନ୍ତି। ପରା ଆରଆଇ ସର୍କଲ କର୍ମଚାରୀ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ଅଦ୍ୟାବଧି ସେମାନଙ୍କୁ ପ୍ରଶାସନ ତରଫରୁ କୌଣସି ସହାୟତା ପ୍ରଦାନ କରାଯାଇନାହିଁ। କରୋନା ମହାମାରୀ ତଥା ଲକ୍‌ଡାଉନ ସମୟରେ ଏହି ପ୍ରାକୃତିକ ଦୁର୍ବିପାକ ଗ୍ରାମବାସୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ...

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri