କାଳବୈଶାଖୀ: ଭାଙ୍ଗିଲା ଗଛ, ଟାଓ୍ବାର

ଅନୁଗୋଳ ଅଫିସ/କଣିହଁ।/ ଭୁବନ,୨୫ା୪(ଡି.ଏନ.ଏ.) – ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ସମୟରେ ବଜ୍ରପାତ ଯୋଗୁ ୨ଜଣଙ୍କ ଜୀବନ ହାନି ହୋଇଛି।

ସେମାନେ ହେଲେ ଅନୁଗୋଳ ବ୍ଲକ ବାଳୁଅକଟା ଗାଁର ନାରାୟଣ ସାହୁ ଓ ବନ୍ଦାଣପଶି ଗାଁର ବାବାଜୀ ସାହୁ। ଜିଲା ମୁଖ୍ୟ ଚିକିତ୍ସାଳୟରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ସେହିପରି ଅପରାହ୍ନରେ କଣିହଁ। ବ୍ଲକ ଅଞ୍ଚଳରେ ବର୍ଷା ସହ ଜୋରଦାର ପବନ ହୋଇଥିଲା। ଏଥିରେ ପବିତ୍ରନଗର ଅଞ୍ଚଳରେ ଅନେକ ଚାଳ ଓ ଆଜବେଷ୍ଟସ୍‌ ଘରର ଛପର ଉଡ଼ିଯାଇଛି। ବଡ଼ ବଡ଼ ଗଛ ସହ କେତେକ ସ୍ଥାନରେ ଟେଲିଫୋନ ଟାଓ୍ବାର ମଧ୍ୟ ଭାଙ୍ଗିଯାଇଛି। ଅନେକଙ୍କ ପନିପରିବା ଚାଷ, କଦଳୀ, ଅମୃତଭଣ୍ଡା ବଗିଚା ଆଦି ନଷ୍ଟ ହୋଇଛି। ବିଦ୍ୟୁତ୍‌ ସରବରାହ ବ୍ୟାହତ ହୋଇଛି। ତେବେ ତହସିଲଦାର ରବୀନ୍ଦ୍ର ସାମଲଙ୍କ ସହ ଯୋଗାଯୋଗ ସମ୍ଭବ ହୋଇ ନ ଥିବାରୁ କ୍ଷୟକ୍ଷତି ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ମିଳିପାରି ନାହିଁ। ସେହିପରି ଢେଙ୍କାନାଳ ଜିଲା ଭୁବନ ବ୍ଲକ ବାରୁଆ ଗ୍ରାମର ଗୋବିନ୍ଦ ରାଉତ ଶୁକ୍ରବାର ସନ୍ଧ୍ୟାରେ ବଜ୍ରପାତରେ ଗୁରୁତର ହୋଇଛନ୍ତି। ସେ ବାରଣ୍ଡାରେ ବସିଥିବାବେଳେ ବଜ୍ରପାତ ହୋଇଥିଲା। ସେ ଚେତାଶୂନ୍ୟ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଭୁବନ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri