‘କାଳିଆ’ କେବଳ ସରକାରୀ ଟଙ୍କାରେ ନିର୍ବାଚନ ଲଢ଼ିବାର ଚଞ୍ଚକତା: ପୃଥ୍ବୀରାଜ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଛିଡ଼ୁନି କାଳିଆ କେଁ। ‘କାଳିଆ ଯୋଜନା’ରେ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ପ୍ରକାଶ ପାଇବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ଗୋଟିଏ ପଟେ ବିଜେଡି ତାଲିକାରେ ୩ ଲକ୍ଷ ୪୧ହଜାର ଅଯୋଗ୍ୟ ହିତାଧିକାରୀ ଥିବା କହୁଥିବା ବେଳେ ଏବେ ଏହାକୁ ଭାଜପା ଚ୍ୟାଲେଞ୍ଜ କରିଛି। ରାଜ୍ୟରେ ୨୦ଲକ୍ଷ ଅଯୋଗ୍ୟ ହିତାଧିକାରୀ ଥିବା ଗୁରୁବାର ଭାଜପା ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ଅଭିଯୋଗ କରିଛନ୍ତି। ଏଥିସହ ଟଙ୍କା ପାଇଥିବା ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଟଙ୍କା ଫେରାଇ ନେବା ଚାଷୀଙ୍କ ପ୍ରତି ଅପମାନ। ଯେଉଁମାନେ ତ୍ରୁଟିପୂର୍ଣ୍ଣ ତାଲିକା ପ୍ରକାଶ କରିଥିଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ପୃଥ୍ବୀରାଜ ଦାବି କରିଛନ୍ତି।

ପୃଥ୍ବୀରାଜ କହିଛନ୍ତି, କାଳିଆ ଯୋଜନା କରି କେବଳ ସରକାରୀ ଟଙ୍କାରେ ନିର୍ବାଚନ ଲଢ଼ିବାର ଚଞ୍ଚକତା କରିଛନ୍ତି ରାଜ୍ୟ ସରକାର। ବାସ୍ତବ ତାଲିକା ରାଜ୍ୟ ସରକାରଙ୍କ ପାଖରେ ନାହିଁ। ପ୍ରଧାନମନ୍ତ୍ରୀ କିଷାନ ସମୃଦ୍ଧି ଯୋଜନାରେ ଚାଷୀଙ୍କ ତାଲିକା ଦେବାକୁ କୁହାଯାଇଥିଲା। ମାତ୍ର ରାଜ୍ୟ ସରକାର ଏହାକୁ ଘୁଞ୍ଚାଇ ଚାଲିବା ପରେ ଶେଷରେ ୧୨ ଲକ୍ଷ ଲୋକଙ୍କ ତାଲିକା ଦେଲେ। ସେଥିରେ ୩ ଲକ୍ଷ ଅଯୋଗ୍ୟ ହିତାଧିକାରୀ ଥିବା ଜଣାପଡ଼ିଥିଲା। ଏହାକୁ ଯଦି ଦେଖାଯାଏ, ତେବେ ରାଜ୍ୟ ସରକାର ୫୧ ଲକ୍ଷ ଚାଷୀଙ୍କୁ କାଳିଆ ଯୋଜନାର ଟଙ୍କା ଦେଇଥିବା କହୁଛନ୍ତି। ଏପରିକି ପ୍ରଥମ କ୍ୟାବିନେଟ୍‌ ବୈଠକରେ ଏହି ସଂଖ୍ୟାକୁ ୭୫ଲକ୍ଷ କରାଯିବ ବୋଲି କହିଥିଲେ। କେନ୍ଦ୍ରକୁ ଦିଆଯାଇଥିବା ତାଲିକା ଅନୁପାତରେ ଦେଖାଗଲେ ୩ ଲକ୍ଷ ୪୧ହଜାର ନୁହେଁ ବରଂ ୨୦ଲକ୍ଷ ଅଯୋଗ୍ୟ ହିତାଧିକାରୀ ହେବେ ବୋଲି ସେ କହିଛନ୍ତି।

ସ୍ଥାନୀୟ ବିଜେଡି ନେତାଙ୍କ ସୁପାରିଶରେ କାଳିଆ ହିତାଧିକାରୀ ତାଲିକା ପ୍ରସ୍ତୁତ କରାଯାଇଛି। ଏନେଇ ରାଜ୍ୟ ପାଣ୍ଠିରୁ ୧୭୦ କୋଟି ଟଙ୍କା ଅପବ୍ୟୟ କରାଯାଇଛି। ଏହାର ତଦନ୍ତ କରାଯିବା ଆବଶ୍ୟକ। ଯେଉଁମାନେ ଚୟନ ପ୍ରକ୍ରିୟାରେ ଥିଲେ ସେମାନଙ୍କଠାରୁ ଟଙ୍କା ଆଦାୟ କରାଯିବ ଦରକାର। କୃଷିମନ୍ତ୍ରୀ, ଅର୍ଥମନ୍ତ୍ରୀ ଓ ସଚିବଙ୍କ ଦରମାରୁ ଟଙ୍କା ଆଦାୟ କରାଯାଉ। ମାତ୍ର ଚାଷୀଙ୍କୁ ଧମକ ଦେଲେ ଭାଜପା ଆନ୍ଦୋଳନକୁ ଓହ୍ଲାଇବା ସହ କୋର୍ଟକୁ ଯିବ ବୋଲି ପୃଥ୍ବୀରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri