କାଳିଆ ତାଲିକା: ଅଛନ୍ତି ୨୦ ହଜାର ସରକାରୀ ଚାକିରିଆ; ମନ୍ତ୍ରୀ କହିଲେ ଫେରାଇ ଦିଅ ନଚେତ ଦରମାରୁ ଭରଣା କରାଯିବ

ଭୁବନେଶ୍ୱର,୧୭।୯(ବ୍ୟୁରୋ): କାଳିଆ ଯୋଜନାରେ ଫାଇଦା ଉଠାଇଛନ୍ତି ୨୦ ହଜାର ସରକାରୀ ଚାକିରିଆ ଓ ପେନ୍‌ସନ୍‌ ଭୋଗୀ। ଏ ନେଇ କୃଷିମନ୍ତ୍ରୀ ଅରୁଣ ସାହୁ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ସେମାନଙ୍କୁ ଟଙ୍କା ଫେରାଇବାକୁ କୁହାଯିବ, ନ ହେଲେ ଦରମାରୁ ଭରଣା କରାଯିବ। ଖାଲି ସେତିକି ନୁହେଁ ଏହି ଯୋଜନାରେ ମୋଟ୍‌ ୩ ଲକ୍ଷ ୪୧ ହଜାର ଅଯୋଗ୍ୟ ହିତାଧିକାରୀ ଥିବା ସୂଚନା ମିଳିଛି। ଯେଉଁଥିରୁ ପ୍ରାୟ ୧୨ ହଜାର ବଡ଼ ଚାଷୀ ସହାୟତା ପାଇଛନ୍ତି। ସମ୍ପୃକ୍ତ ବଡ଼ ଚାଷୀଙ୍କୁ ଟଙ୍କା ଫେରସ୍ତ ପାଇଁ କୁହାଯିବ। ଏପରିକି ୯ ହଜାର ନାବାଳିକା ନାବାଳକ ବି କାଳିଆ ସହାୟତା ପାଇଛନ୍ତି। ଏହିସବୁ ପରିବାରର ମୁଖ୍ୟ ସହାୟତା ପାଇଥିବାରୁ ପରବର୍ତ୍ତୀ କିସ୍ତିରେ ଏହାର ବ୍ୟବସ୍ଥିତ ହେବ। ତାଛଡ଼ା ୩ ଲକ୍ଷ ଲୋକ ପରିବାରର ଏକାଧିକ ବ୍ୟକ୍ତି ଟଙ୍କା ପାଇଛନ୍ତି। ପରିବାରର ଜଣକୁ ସହାୟତା ମିଳିବ ଓ ପର କିସ୍ତିରେ ଏହାକୁ ଭରଣା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri