କାଳିଆ-ପିଏମ୍‌ କିଷାନ ଯୋଜନା ମିଶି ପାରିବ ନାହିଁ: ଭାଜପା

ଭୁବନେଶ୍ୱର,୬।୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପିଏମ୍‌ କିଷାନ ଯୋଜନା ସହ ରାଜ୍ୟ ସରକାରଙ୍କ କାଳିଆ ଯୋଜନା ମିଶିପାରିବ ନାହିଁ। ରାଜ୍ୟ ଭାଜପା ପକ୍ଷରୁ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ନେତା ସମୀର ମହାନ୍ତି ଏବଂ ଗୋଲକ ମହାପାତ୍ର ଏହା କହିଛନ୍ତି।

ସେମାନେ କହିଛନ୍ତି, କାଳିଆ ହେଉଛି ରାଜ୍ୟ ଯୋଜନା। ପିଏମ୍‌ କିଷାନ କେନ୍ଦ୍ର ସରକାରଙ୍କ ଯୋଜନା। ପିଏମ୍‌ କିଷାନ ସହ କାଳିଆ ଯୋଜନା ମିଶିପାରିବ ନାହିଁ। ରାଜ୍ୟ ସରକାର ଚାଷୀଙ୍କୁ ପ୍ରତାରିତ କରିଛନ୍ତି। ଭୁଆଁ ବୁଲାଇଛନ୍ତି। କାଳିଆ ଯୋଜନାରେ କେତେ ଚାଷୀଙ୍କୁ ଅନୁଦାନ ଦିଆଯାଇଛି ତାହା ରାଜ୍ୟ ସରକାର ସ୍ପଷ୍ଟ କରନ୍ତୁ ବୋଲି ଉଭୟ ନେତା ଦାବି କରିଛନ୍ତି।

ପ୍ରକାଶଯୋଗ୍ୟ, ରାଜ୍ୟ ସରକାର କାଳିଆ ଯୋଜନା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପିଏମ୍‌ କିଷାନ ଯୋଜନା ଆରମ୍ଭ କରାଯାଇଥିଲା। ଏହି ଯୋଜନାରେ ଚାଷୀଙ୍କୁ ୬ହଜାର ଟଙ୍କା ଦେବାକୁ କେନ୍ଦ୍ର ସରକାର ଘୋଷଣା କରିଥିଲେ। ମାତ୍ର ଏହାକୁ ଓଡ଼ିଶା ସରକାର ପ୍ରଥମେ ଗ୍ରହଣ କରି ନ ଥିଲେ। ଏପରିକି ଚାଷୀଙ୍କ ତାଲିକା ପ୍ରଦାନ କରି ନ ଥିଳେ। ଯାହାକୁ ନେଇ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସବୁବେଳେ ଆରୋପ ପ୍ରତ୍ୟାରୋପ ଦେଖିବାକୁ ମିଳୁଥିଲା। ହେଲେ ଗତ ବିଧାନସଭା ଅଧିବେଶନ ସମୟରେ ବସିଥିବା କ୍ୟାବିନେଟ୍‌ ବୈଠକରେ ପିଏମ୍‌ କିଷାନ ସହ କାଳିଆ ଯୋଜନା ମିଶାଇଦେବା ପାଇଁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ଏହାକୁ କୃଷି ମନ୍ତ୍ରୀ ଅରୁଣ ସାହୁ ସ୍ବୀକାର କରିଛନ୍ତି। ତେବେ କାଳିଆ ଯୋଜନାରେ ପ୍ରଥମ କିସ୍ତି ପ୍ରଦାନ କରାଯାଇସାରିଥିବା ବେଳେ ଏବେ ଦ୍ୱିତୀୟ କିସ୍ତି ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri