କାଳିଆ ଯୋଜନା ଅନିୟମିତତା ନେଇ କଂଗ୍ରେସର ଅଭିଯୋଗ: ଅଯୋଗ୍ୟ ହିତାଧିକାରୀଙ୍କ ଭୁଲ୍‌ ତଥ୍ୟ ଦେଇଛନ୍ତି ସରକାର

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): କାଳିଆ ଯୋଜନାରେ କୋଟି କୋଟି ଟଙ୍କା ଅନିୟମିତତା ହୋଇଥିବା ଅଭିଯୋଗ କରିଛି କଂଗ୍ରେସ। ଏହି ଯୋଜନାକୁ ନେଇ ବିରୋଧୀ କଂଗ୍ରେସ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଛି। ଦଳ ଅଭିଯୋଗ କରିଛି ଏହି ଯୋଜନାରେ ଯେତିକି ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଥିବା ତଥ୍ୟ ସରକାର ରଖିଛନ୍ତି ତାହା ଭୁଲ୍‌। ଜାଣିଶୁଣି ବିଧାନସଭାରେ ଭୁଲ୍‌ ତଥ୍ୟ ରଖାଯାଇଛି। କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ମିଡିଆ ସେଲ୍‌ ଅଧ୍ୟକ୍ଷ ସତ୍ୟ ପ୍ରକାଶ ନାୟକ କହିଛନ୍ତି, କୃଷକ କଲ୍ୟାଣ ନଁାରେ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଲକ୍ଷାଧିକ ଅଯୋଗ୍ୟ ବ୍ୟକ୍ତିଙ୍କୁ କାଳିଆ ଯୋଜନାରେ ସାମିଲ କରି ଟଙ୍କା ବାଣ୍ଟିଛନ୍ତି। ଏଭଳି ଅଭିଯୋଗକୁ ସରକାର ବାରମ୍ବାର ଫାଙ୍କି ଆସୁଥିଲେ ମଧ୍ୟ ଶେଷରେ ସତ କଥା ଧରାପଡିଛି। କାଳିଆ ଯୋଜନାରେ ପ୍ରଥମ କିସ୍ତି ପାଇଥିବା ମୋଟ୍‌ ୫୧ ଲକ୍ଷ ୫ ହଜାର ୨୯୦ ହିତାଧିକାରୀଙ୍କ ମଧ୍ୟରୁ ୪୫ ହଜାର ୯୬୫ ଜଣ ଅଯୋଗ୍ୟଙ୍କୁ ଚିହ୍ନଟ କରାଯାଇଥିବା ସରକାର ହିସାବ ଦେଇଥିଲେ। ମାତ୍ର କଂଗ୍ରେସ ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲାର କାଳିଆ ଅଯୋଗ୍ୟ ହିତାଧିକାରୀଙ୍କ ସରକାରୀ ତଥ୍ୟ ସଂଗ୍ରହ କରିଛି। ଏଥିରୁ ହିଁ ଗୃହରେ ଦିଆଯାଇଥିବା ୩୦ ଜିଲାର ମୋଟ୍‌ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ୪୫୯୬୫ ଠାରୁ ବହୁ ଅଧିକ ହେବ ବୋଲି ଜଣାପିଡିଛି। ୧୦ଟି ଜିଲାର ୧ ଲକ୍ଷ ୭୨ ହଜାର ୯୦୮ ଅଯୋଗ୍ୟ ହିତାଧିକାରୀ ଅଛନ୍ତି। ସୂଚନା ଅଧିକାର ଆଇନ ବଳରେ କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ଗଞ୍ଜାମ, କୋରାପୁଟ, ମୟୂରଭଞ୍ଜ, ମାଲକାନଗିରି, ସୁନ୍ଦରଗଡ, ସମ୍ବଲପୁର ଓ ସୋନପୁର ଜିଲାର ତଥ୍ୟ କୃଷି ଅଧିକାରୀମାନେ ଏହା ଦର୍ଶାଇଛନ୍ତି। ଖୁବ୍‌ଶୀଘ୍ର ୩୦ ଜିଲାର ଅଯୋଗ୍ୟ ହିତାଧିକାରୀଙ୍କ ତାଲିକା ଖୁଲାସା କରାଯିବ ବୋଲି ସତ୍ୟ ପ୍ରକାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri