କାଳିଆ ଯୋଜନା ହିତାଧିକାରୀ ତାଲିକା ଯାଞ୍ଚ କର୍ମଶାଳା

ଦିଗପହଣ୍ଡି,୮ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ମଙ୍ଗଳବାର ପଞ୍ଚାୟତସ୍ତରୀୟ କାଳିଆ ଯୋଜନା ହିତାଧିକାରୀ ତାଲିକା ଯାଞ୍ଚ ନିମନ୍ତେ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏଥିରେ କାଳିଆ ଯୋଜନା ବ୍ଲକସ୍ତରୀୟ ସମନ୍ବୟ କମିଟି ଅଧ୍ୟକ୍ଷ ତଥା ବିଡିଓ ହଳଧର ଶବର ଅଧ୍ୟକ୍ଷତା କରିଥିଲେ। ବ୍ଲକ ନୋଡାଲ ଅଫିସର ତଥା ସହକାରୀ କୃଷି ଅଧିକାରୀ ପଦାରବିନ୍ଦ ସାହୁ କାଳିଆ ଯୋଜନା ହିତାଧିକାରୀ ତାଲିକା ଯାଞ୍ଚ ନିମନ୍ତେ ରହିଥିବା ସମସ୍ତ ନୀତି ନିୟମ ସମ୍ପର୍କରେ ଉପସ୍ଥିତ ପଞ୍ଚାୟତସ୍ତରୀୟ ନୋଡାଲ ଅଧିକାରୀ, ସମବାୟ ସମିତି ସମ୍ପାଦକ, କୃଷକ ସାଥୀ ଏବଂ ଉପସ୍ଥିତ ରାଜସ୍ବ ନିରୀକ୍ଷକମାନଙ୍କୁ ବୁଝାଇଥିଲେ। କର୍ମଶାଳାରେ ବ୍ଲକ ସହକାରୀ ମତ୍ସ୍ୟ ସମ୍ପ୍ରସାରଣ ଅଧିକାରୀ ନିଖିଲ କୁମାର ମହାରଣା, ବ୍ଲକ ପ୍ରାଣୀ ସମ୍ପଦ ଅଧିକାରୀ ଡ଼ା. ଅନୀତା ଦୋରା, ପ୍ରାଣୀ ଚିକିତ୍ସକ ଡ଼ା. ସିଦ୍ଧାର୍ଥ ପାଣିଗ୍ରାହୀ, ଡ଼ା. ଚିତ୍ତରଞ୍ଜନ ପଣ୍ଡା, ଜିପିଓ ରମାକାନ୍ତ ଚୌଧୁରୀ ପ୍ରମୁଖ ମଞ୍ଚାସୀନ ଥିଲେ ।
ଦିଗପହଣ୍ଡି ବ୍ଲକରେ ମୋଟ ୪୦ ହଜାର ଚାଷୀଙ୍କୁ ଏହି ଯୋଜନାରେ ସାମିଲ କରାଯାଇଛି। ପ୍ରାୟ ୨୦ ହଜାର ଚାଷୀ ପ୍ରଥମ ପର୍ଯ୍ୟାୟ ସହାୟତା ଅର୍ଥ ପାଇଛନ୍ତି। ସେମାନଙ୍କୁ ପୁଣି ୨ୟ କିସ୍ତି ସହାୟତା ଅର୍ଥରାଶି ପ୍ରଦାନ କରାଯିବ। ବଳକା ରହିଯାଇଥିବା ଚାଷୀଙ୍କୁ ପ୍ରଥମ କିସ୍ତି ଅର୍ଥରାଶି ପ୍ରଦାନ ପାଇଁ ସୁପାରିସ କରାଯିବ ବୋଲି ବିଡିଓ କହିଛନ୍ତି। ଆସନ୍ତା ୧୪ ତାରିଖ ଯାଏ ହିତାଧିକାରୀ ତାଲିକା ଯାଞ୍ଚ କରାଯିବ। କାଳିଆ ଯୋଜନାରେ ସାମିଲ ହୋଇଥିଲେ ମଧ୍ୟ ପୁନର୍ବାର ଯାଞ୍ଚ କରାଯାଇ ଅଯୋଗ୍ୟ ହିତାଧିକାରୀଙ୍କ ନାମ ତାଲିକାରୁ ବାଦ୍‌ ଦିଆଯିବ । କୌଣସି ଚାପରେ ନ ପଡ଼ି ପ୍ରକୃତ ହିତାଧିକାରୀ ଚୟନ କରିବାକୁ ବିଡିଓ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri