କାଶିଆ-କେନ୍ଦୁଘାଟୀ ସେତୁ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

କେନ୍ଦୁଝର, ୪ା୨(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତର କାଶିଆଠାରୁ କେନ୍ଦୁଘାଟି ପର୍ଯ୍ୟନ୍ତ ବୈତରଣୀ ନଦୀ ଉପରେ ପୋଲ ନିର୍ମାଣ ପାଇଁ ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ କାର୍ଯ୍ୟକାରୀ କରିବାକୁ ସ୍ଥାନୀୟ ଲୋକେ ସୋମବାର ଜିଲାପାଳଙ୍କ ନିକଟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ସମସ୍ୟାକୁ ନେଇ ଜନସାଧାରଣଙ୍କ ତରଫରୁ ଉଚ୍ଚନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ଦାଏର ହୋଇଥିଲା। ମାନ୍ୟବର ଉଚ୍ଚ ନ୍ୟାୟାଳୟ ୮ ସପ୍ତାହ ମଧ୍ୟରେ ସେତୁ ନିର୍ମାଣ କାର୍ଯ୍ୟ ପାଇଁ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ଏହି ସେତୁ କାର୍ଯ୍ୟ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଇନାହିଁ। ସୂଚନାଯୋଗ୍ୟଯେ, ବର୍ଷାଦିନେ କେନ୍ଦୁଘାଟୀ ଗଁାର ଲୋକେ ମୁଖ୍ୟାଳୟଠାରୁ ବିଚ୍ଛିନ୍ନ ହୋଇ ଜଳବନ୍ଦୀ ଅବସ୍ଥାରେ ରହିବା କିଛି ନୂଆକଥା ନୁହେଁ। ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତର ୧ନଂ ଓ ୨ନଂ ୱାର୍ଡକୁ ନେଇ କେନ୍ଦୁଘାଟି ଗ୍ରାମ ଗଠିତ। ଭୌଗୋଳିକ ଦୃଷ୍ଟି କୋଣରୁ କେନ୍ଦୁଘାଟି ଗ୍ରାମର ୨ପାର୍ଶ୍ୱକୁ ଘେରି ରହିଛି ବୈତରଣୀ ଏବଂ ମଣନ୍ଦା ନଦୀ। ବର୍ଷା ଦିନେ ବୈତରଣୀ ଓ ମଣନ୍ଦା ନଦୀ ଦୁଇଟିର ଜଳସ୍ତର ବୃଦ୍ଧି ପାଉଥିବାରୁ କେନ୍ଦୁଘାଟି ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇପଡେ। ସେହି ସମୟରେ ସରକାରଙ୍କ ପିଡିଏସ୍‌ ସହିତ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଗାଁକୁ ପହଞ୍ଚି ପାରେ ନାହିଁ। ସେଠାରେ ଥିବା ସ୍କୁଲ ଓ ଅଙ୍ଗନୱାଡି ବାଧ୍ୟ ହୋଇ ବନ୍ଦ କରାଯାଏ। ଏଠାକାର ଲୋକଙ୍କ ନିକଟକୁ ସ୍ବାସ୍ଥ୍ୟସେବା ପହଞ୍ଚି ପାରୁନଥିବାରୁ ବହୁ ଦୂର୍ଦ୍ଦଶାର ସମ୍ମୁଖୀନ ହେବାକୁ ପଡିଥାଏ। କେନ୍ଦୁଘାଟି ଗ୍ରାମର କାଶିଆ ଗ୍ରାମ ପଟକୁ ବୈତରଣୀ ନଦୀ ଉପରେ ପୋଲ ନିର୍ମାଣ ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ବହୁ ବର୍ଷ ହେଲା ବାରମ୍ବାର ଦାବି ହୋଇ ଆସୁଥିଲେ ମଧ୍ୟ ପୋଲ ନିର୍ମାଣ ହେଉ ନ ଥିବା ଯୋଗୁଁ କେନ୍ଦୁଘାଟି ଗ୍ରାମବାସୀ ବର୍ଷ ବର୍ଷ ଧରି ଦୁଃଖ ଭୋଗୀ ଆସୁଛନ୍ତି। ତେଣୁ ଜିଲା ପ୍ରଶାସନ ତୁରନ୍ତ ପଦକ୍ଷେପ ଗ୍ରହଣ କରି ବୈତରଣୀ ନଦୀ ଉପରେ ପୋଲ ନିର୍ମାଣ କରିବାକୁ ଫୁଲଝର ଗ୍ରାମ ପଞ୍ଚାୟତ କେନ୍ଦୁଘାଟିର କିନାରୀ ନାଏକ, ସୁଲୋଚନା ଦେହୁରୀ, ସୁକାନ୍ତି ସେଠୀ ଓ ସୁଜୁନି ଦେହୁରୀ ପ୍ରମୁଖ ସୋମବାର ଜିଲାପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri