Posted inଜାତୀୟ

କାହିଁକି ଅଜିତଙ୍କ ସହ ମିଶି ଶପଥ ନେଇଥିଲେ ଫଡନବିସ

ମୁମ୍ବାଇ,୮।୧୨: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଏବେ ମହାରାଷ୍ଟ୍ର ରାଜନୀତିକୁ ନେଇ କିଛି କଥା କହିଛନ୍ତି। ଦ୍ୱିତୀୟ ଥର ଲାଗି ସେ କାହିଁକି ଅଜିତ ପାଓ୍ବାରଙ୍କ ସହ ମିଶି ଶପଥ ଗ୍ରହଣ କରିଥିଲେ ସେ ସମ୍ପର୍କରେ ଫଡନବିସ ମନ ଖୋଲି କହିଛନ୍ତି। ଶିବସେନା ସହ ମେଣ୍ଟ କରି ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଲଢିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଶିବସେନାର ୫୦-୫୦ ଫର୍ମୁଲାରେ ରାଜି ନ ହେବାରୁ ଶେଷରେ ଏହି ମେଣ୍ଟ ଭାଙ୍ଗି ଯାଥିଲା। ଏହାପରେ କିନ୍ତୁ ଭାଜପା କଳେ ବଳେ କୌଶଳେ ମହାରାଷ୍ଟ୍ରରେ ସରକାର ଗଠନ କରିବାକୁ ଇଚ୍ଛା ପ୍ରକାଶ କରିଥିଲା। ଆଉ ଏତିକି ବେଳେ ମେଣ୍ଟ କରିବାକୁ ହାତ ବଢାଇଥିଲା ଏନ୍‌ସିପି। ଏନ୍‌ସିପି ନେତା ଅଜିତ ପାଓ୍ବାର ଆସି ଫଡନବିସଙ୍କ ସହ ସରକାର ଗଠନ କରିବାକୁ ପ୍ରଥମେ କଥା ହୋଇଥିବା ଫଡନବିସ କହିଛନ୍ତି। କେବଳ ସେତିକି ନୁହେଁ ଏନ୍‌ସିପିର କେତେଜଣ ବିଧାୟକଙ୍କ ସହ ମଧ୍ୟ ଅଜିତ ଫଡନବିସଙ୍କୁ କଥା କରାଇ ଦେଇଥିଲେ। ଏହାସହ ୩ଦଳ ମେଣ୍ଟ ସରକାର ସ୍ଥାୟୀ ସରକାର ହେବନାହିଁ ବରଂ ଭାଜପା-ଏନ୍‌ସିପି ମେଣ୍ଟ ସରକାର ସ୍ଥାୟୀ ହେବ ବୋଲି କହିବା ପରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ପ୍ରକାଶ କରିଛନ୍ତି। ପରେ କିନ୍ତୁ ଅଜିତ ତାଙ୍କୁ ଏମିତି ଧୋକା ଦେବେ ବୋଲି ସେ କେବେ କଳ୍ପନା କରି ନ ଥିବା କହିଛନ୍ତି। ଏହାପଛର ଆହୁରି ସତତ୍ୟ ଖୁବ୍‌ଶୀଘ୍ର ସାମ୍ନାକୁ ଆସିବ ବୋଲି ମଧ୍ୟ ଫଡନବିସ ଇଙ୍ଗିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri