କାହିଁକି ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣରେ ବ୍ୟବହାର ହୁଏ ବେଶ୍ୟାଳୟର ମାଟି

କୁହାଯାଏ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣରେ ମୁଖ୍ୟତଃ ୪ଟି ବସ୍ତୁ ବ୍ୟବହାର କରାଯାଇଥାଏ। ଗୋଟିଏ ହେଲା ଗଙ୍ଗା କୂଳର ମାଟି, ଗୋମୟ, ଗୋମୂତ୍ର ଓ ବେଶ୍ୟାଳୟର ମାଟି। ହେଲେ ଏହି ବେଶ୍ୟାଳୟର ମାଟି କାହିଁକି ବ୍ୟବହାର କରାଯାଏ ତାହା ହୁଏତ ଅନେକଙ୍କୁ ଜଣା ନ ଥିବ। ପରମ୍ପରା କୁହେ ଜଣେ ବେଶ୍ୟା ମା’ ଦୁର୍ଗାଙ୍କର ପରମ ଭକ୍ତ ଥିଲେ। ତାଙ୍କୁ ତିରସ୍କାରରୁ ମୁକ୍ତ କରିବାକୁ ମା’ ନିଜେ ଆଦେଶ ଦେଇଥିଲେ କି ଯେତେବେଳେ ତାଙ୍କର ପ୍ରତିମା ପୂଜା କରିବା ପାଇଁ ନିର୍ମାଣ କରାଯିବ ସେଥିରେ ବେଶ୍ୟାଳୟର ମାଟି ବ୍ୟବହାର କରାଯିବ। ମା’ ଦୁର୍ଗାଙ୍କ ନିର୍ଦ୍ଦେଶକ୍ରମେ ଏହି ପ୍ରଥାକୁ ପାଳନ କରାଯାଇଥାଏ ବୋଲି କୁହାଯାଏ। ଆହୁରି ମଧ୍ୟ କୁହାଯାଏ କି ଯେତେବେଳେ ଜଣେ ବ୍ୟକ୍ତି ବେଶ୍ୟାଳୟ ଯାଇଥାଆନ୍ତି ସେତେବେଳେ ସେ ତାଙ୍କର ପବିତ୍ରତାକୁ ବେଶ୍ୟାଳୟର ଦ୍ୱାରରେ ଛାଡି ଦେଇ ଯାଇଥାଆନ୍ତି। ତାଙ୍କର ସମସ୍ତ ଭଲ କର୍ମ ଓ ଶୁଦ୍ଧତା ବେଶ୍ୟାଳୟ ବାହାରେ ହିଁ ରହିଯାଇଥାଏ। ସେଥିପାଇଁ ବେଶ୍ୟାଳୟର ମାଟିକୁ ମା’ଙ୍କ ମୂର୍ତ୍ତି ନିର୍ମାଣରେ ବ୍ୟବହାର କରାଯାଏ। ଆହୁରି ମଧ୍ୟ କେହି କେହି ମତ ଦିଅନ୍ତି କି ବେଶ୍ୟାବୃତ୍ତି ସବୁଠାରୁ ବଡ ଅପରାଧ। ତେଣୁ ଏମାନଙ୍କୁ ମନ୍ତ୍ର ଉଚ୍ଚାରଣ ମାଧ୍ୟମରେ ମୋକ୍ଷ ପ୍ରାପ୍ତି କରିବାକୁ ବେଶ୍ୟାଳୟର ମାଟିକୁ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣରେ ବ୍ୟବହାର କରାଯାଇଥାଏ। ଆହୁରି ମଧ୍ୟ ବେଶ୍ୟାମାନଙ୍କୁ ସାମାଜର ମୁଖ୍ୟ ଶ୍ରୋତରେ ସାମିଲ କରାଯାଇ ନ ଥାଏ ହେଲେ ଏହି ଦୁର୍ଗାପୂଜା ଅବସରରେ ତାଙ୍କୁ ସମାଜର ମୁଖ୍ୟ ଧାରାରେ ସାମିଲ କରିବାକୁ ଏମିତି ପ୍ରୟାସ କରାଯାଏ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri