କିଆବୁଦାରୁ ଉଦ୍ଧାର କରିଥିବା ଶିଶୁଙ୍କୁ ନେବା ପାଇଁ ୫ ଦିନ ହେଲା ମେଡିକାଲରେ ଜଗିଛନ୍ତିି ମହିଳା

ଛତ୍ରପୁର,୯।୬(ଡି.ଏନ.ଏ):ଗଞ୍ଜାମ ଜିଲା ଛତ୍ରପୁର ବ୍ୟାଙ୍କ କଲୋନୀ ପଛପଟୁ ଏକ କିଆବୁଦା ମୂଳରୁ ୫ ତାରିଖରେ ଏକ ନବଜାତ ଶିଶୁ ପୁତ୍ରକୁ ପାଲିଆ ଛତ୍ରପୁରର ଦମନ୍ତି ନାୟକ ଉଦ୍ଧାର କରିଥିଲେ ା ପରେ ଛତ୍ରପୁର ହସ୍ପିଟାଲରେ ଶିଶୁଟିର ସ୍ବାସ୍ଥ୍ୟ ପରୀକ୍ଷା କରାଇ ଶିଶୁଟିକୁ ଘରକୁ ନେଇଥିଲେ ଦମନ୍ତି। ଏସମ୍ପର୍କରେ ଖବର ପାଇ ଚାଇଲ୍ଡଲାଇନ୍‌ କର୍ମୀ ତାଙ୍କ ଘରେ ପହଂଚି ଉକ୍ତ ଶିଶୁଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ନେଇଥିଲେ ଏବଂ ଦମନ୍ତି ମଧ୍ୟ ସେମାନଙ୍କ ସହ ସେଠାକୁ ଯାଇଥିଲୋ ଉକ୍ତ ଶିଶୁଙ୍କୁ ସେ ଘରକୁ ନେଇ ପାଳିବେ ବୋଲି ଜଣାଇଥିଲେ ହେଁ ଦମନ୍ତିଙ୍କ କଥା କେହି ଶୁଣୁନାହାନ୍ତି। ଫଳରେ ୫ ଦିନ ହେଲା ଦମନ୍ତି ବ୍ରହ୍ମପୁର ବଡ ମେଡିକାଲରେ ଶିଶୁଟିକୁ ଜଗି ରହିଛନ୍ତି।

ମଙ୍ଗଳବାର ଦମନ୍ତିଙ୍କ ବାପା ଦାଶରଥୀ ନାୟକ ଏବଂ ଗାଁ ର କେତେକ ଲୋକ ଛତ୍ରପୁର ଆସି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟି ଏସମ୍ପର୍କରେ ଜଣାଇଥିଲୋ ଏହା ଉପରେ ତଦନ୍ତ ପାଇଁ ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁବୋଧ ଷଡଙ୍ଗୀଙ୍କୁ ଜିଲାପାଳ କହିଥିଲେ ା ଜିଲା ଶିଶୁ ସୁରକ୍ଷା ଅଧିକାରୀ ଏଠାରେ ପହଞ୍ଚିି ଦାସରଥୀ ଓ ଅନ୍ୟ ଗ୍ରାମବାସୀଙ୍କଠାରୁ ଏସମ୍ପର୍କରେ ତଥ୍ୟ ସଂଗ୍ରହ କରିଛନ୍ତି ା ଉଦ୍ଧାର ହୋଇଥିବା ଶିଶୁଙ୍କୁ ଆଇନ୍‌ ଅନୁସାରେ ଗ୍ରହଣ କରି ପାଳନ କରିବାକୁ ଦମନ୍ତି ଚାହଁୁଥିବା ତାଙ୍କ ବାପା ଦାଶରଥୀ କହିଛନ୍ତିି ା ପ୍ରକାଶଯୋଗ୍ୟ, ଗତ ୫ ତାରିଖରେ ଦମନ୍ତି କିଆବୁଦାରୁ ଉକ୍ତ ନବଜାତ ଶିଶୁଙ୍କୁ ଉଦ୍ଧାର କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri