କିଏ କେଉଁଠି ପତାକା ଉତ୍ତୋଳନ କରିବେ: ଭୁବନେଶ୍ୱରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଆସନ୍ତା ଜାନୁୟାରୀ ୨୬ରେ କିଏ କେଉଁ ସ୍ଥାନରେ ପତାକା ଉତ୍ତୋଳନ କରିବେ ସେ ନେଇ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ ଭୁବନେଶ୍ୱରରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିବେ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କଟକରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ବେଳେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମକେଶରୀ ଆରୁଖ ସୁବର୍ଣ୍ଣପୁର, ଇସ୍ପାତ ଓ ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ସୁନ୍ଦରଗଡ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମ୍ବଲପୁର, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କେନ୍ଦୁଝର, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ପୁରୀ, କୃଷି ଓ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ ସାହୁ ଗଞ୍ଜାମ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ବାଲେଶ୍ୱର, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଅନୁଗୋଳ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କଳାହାଣ୍ଡି, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ରାୟଗଡା, ଏସ୍‌ସି/ଏସ୍‌ଟି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଜଗତ୍‌ସିଂହପୁର, ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଯାଜପୁରରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସ ପରେଡରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ସେହିପରି ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଢେଙ୍କାନାଳରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ବେଳେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ନୟାଗଡ, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବଲାଙ୍ଗୀର, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରେମାନନ୍ଦ ନାୟକ ନବରଙ୍ଗପୁର, ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ମୟୂରଭଞ୍ଜ, ହସ୍ତତନ୍ତ ଓ ବୟନ ଶିଳ୍ପମନ୍ତ୍ରୀ ପଦ୍ମିନୀ ଦିଆନ ଗଜପତି ଏବଂ କ୍ରୀଡା ଓ ଯୁବସେବା ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା ମାଲକାନଗିରି ଜିଲାରେ ପତାକା ଉତ୍ତୋଳନ କରିବା ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେହିପରି ଦକ୍ଷିଣାଞ୍ଚଳ ଆରଡିସି ବ୍ରହ୍ମପୁର, ଉତ୍ତରାଞ୍ଚଳ ଆରଡିସି ରାଉରକେଲା, ଭଦ୍ରକ, ବରଗଡ, ବୌଦ୍ଧ, ଦେବଗଡ, କନ୍ଧମାଳ, ଖୋର୍ଦ୍ଧା, କୋରାପୁଟ, ନୂଆପଡା, କେନ୍ଦ୍ରାପଡା, ଝାରସୁଗୁଡା ଆଦି ଜିଲାରେ ଜିଲାପାଳମାନେ ଜାତୀୟ ପତାକା ଉତ୍ତୋଳନ କରି ପରେଡରେ ଅଭିବାଦନ ଗ୍ରହଣ କରିବା ନେଇ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri