କିଏ କେଉଁଠି ପତାକା ଉତ୍ତୋଳନ କରିବେ: ଭୁବନେଶ୍ୱରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଆସନ୍ତା ଜାନୁୟାରୀ ୨୬ରେ କିଏ କେଉଁ ସ୍ଥାନରେ ପତାକା ଉତ୍ତୋଳନ କରିବେ ସେ ନେଇ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ ଭୁବନେଶ୍ୱରରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିବେ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କଟକରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ବେଳେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମକେଶରୀ ଆରୁଖ ସୁବର୍ଣ୍ଣପୁର, ଇସ୍ପାତ ଓ ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ସୁନ୍ଦରଗଡ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମ୍ବଲପୁର, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କେନ୍ଦୁଝର, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ପୁରୀ, କୃଷି ଓ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ ସାହୁ ଗଞ୍ଜାମ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ବାଲେଶ୍ୱର, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଅନୁଗୋଳ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କଳାହାଣ୍ଡି, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ରାୟଗଡା, ଏସ୍‌ସି/ଏସ୍‌ଟି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଜଗତ୍‌ସିଂହପୁର, ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଯାଜପୁରରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସ ପରେଡରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ସେହିପରି ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଢେଙ୍କାନାଳରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ବେଳେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ନୟାଗଡ, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବଲାଙ୍ଗୀର, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରେମାନନ୍ଦ ନାୟକ ନବରଙ୍ଗପୁର, ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ମୟୂରଭଞ୍ଜ, ହସ୍ତତନ୍ତ ଓ ବୟନ ଶିଳ୍ପମନ୍ତ୍ରୀ ପଦ୍ମିନୀ ଦିଆନ ଗଜପତି ଏବଂ କ୍ରୀଡା ଓ ଯୁବସେବା ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା ମାଲକାନଗିରି ଜିଲାରେ ପତାକା ଉତ୍ତୋଳନ କରିବା ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେହିପରି ଦକ୍ଷିଣାଞ୍ଚଳ ଆରଡିସି ବ୍ରହ୍ମପୁର, ଉତ୍ତରାଞ୍ଚଳ ଆରଡିସି ରାଉରକେଲା, ଭଦ୍ରକ, ବରଗଡ, ବୌଦ୍ଧ, ଦେବଗଡ, କନ୍ଧମାଳ, ଖୋର୍ଦ୍ଧା, କୋରାପୁଟ, ନୂଆପଡା, କେନ୍ଦ୍ରାପଡା, ଝାରସୁଗୁଡା ଆଦି ଜିଲାରେ ଜିଲାପାଳମାନେ ଜାତୀୟ ପତାକା ଉତ୍ତୋଳନ କରି ପରେଡରେ ଅଭିବାଦନ ଗ୍ରହଣ କରିବା ନେଇ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri