Posted inଖେଳ

କିଜ୍‌ଙ୍କୁ ସିନସିନାଟି ମାଷ୍ଟର୍ସ ଟାଇଟଲ

ସିନସିନାଟି,୧୯।୮(ଏଏଫ୍‌ପି): ଏଠାରେ ଚାଲିଥିବା ଡବ୍ଲ୍ୟୁଟିଏ ସିନସିନାଟି ମାର୍ଷ୍ଟସ ଟୁର୍ନାମେଣ୍ଟରେ ମାଡିସନ କିଜ୍‌ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ସ୍ବେତଲାନା କୁଜନେସ୍ତୋଭାଙ୍କୁ ୭-୫, ୭-୬ (୭/୫) ସେଟ୍‌ରେ ହରାଇ ଦେଇଛନ୍ତି। ଏଥିସହିତ ୨୦୧୭ ୟୁଏସ୍‌ ଓପନ ଉପବିଜେତା ଚଳିତ ସିଜନରେ ଦ୍ୱିତୀୟ ଟାଇଟଲ ଅର୍ଜନ କରିଛନ୍ତି। ମୋଟ ଉପରେ କ୍ୟାରିୟରର ୫ମ ଟାଇଟଲ। ଏହି ବିଜୟ ଯୋଗୁ ୟୁଏସ୍‌ ଓପନ ଗୋଟିଏ ସପ୍ତାହ ପୂର୍ବରୁ ସେ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ଟପ୍‌ ୧୦କୁ ଫେରିବା ନିଶ୍ଚିତ ହୋଇଛି। ପୂର୍ବତନ ଦ୍ୱିତୀୟ ର଼୍ୟାଙ୍କ ଖେଳାଳି କୁଜନେସ୍ତୋଭା ଆହତ ସମସ୍ୟା କାରଣରୁ ଚଳିତ ସିଜନର ବହୁ ଇଭେଣ୍ଟରେ ଅଂଶଗ୍ରହଣ କରି ନ ଥିଲେ। ତାଙ୍କୁ ଏଠାରେ ଓ୍ବାଇଲ୍ଡକାର୍ଡ ମିଳିଥିଲା। ସେ ଫାଇନାଲରେ ପ୍ରବେଶ କରିବା ପୂର୍ବରୁ ଟପ୍‌ ସିଡ୍‌ ଆଶଲେ ବାର୍ଟି ଓ ୨୦୧୭ ୟୁଏସ୍‌ ଚାମ୍ପିୟନ ସ୍ଲୋଆନେ ଷ୍ଟିଫେନ୍ସଙ୍କୁ ହରାଇଥିଲେ। ଏଭଳି ପ୍ରଦର୍ଶନ ଯୋଗୁ ରୁଷିଆନ ଭେଟେରାନ ୧୧୮ତମ ମାନ୍ୟତାରୁ ୩୧ ତମ ର଼୍ୟାଙ୍କ ଅଧିକାର କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?