କିଟପଦର ଛକ ନିକଟରେ ହତ୍ୟା ଘଟଣା: ୩ ଅଭିଯୁକ୍ତ ଗଲେ ଜେଲ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କିଟପଦର ଛକରେ ଗତ ୧୫ ତାରିଖ ରାତିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ୩ ଅଭିଯୁକ୍ତ ଶୁକ୍ରବାର ଜେଲ ଯାଇଛନ୍ତି। ସେମାନେ ହେଲେ ସିର୍ଲିଗୁଡା ଗ୍ରାମର ରାକେଶ ପୁଞ୍ଜି (୧୯), ଡମ୍ବରୁଧର ପୂଝାରୀ (୨୧) ଓ କାମଦେବ ଜାଲ (୨୫)।
ପୋଲିସ ସୂତ୍ରରୁ ପ୍ରକାଶ, କିଟପଦର ଛକ ନିକଟରେ ଗତ ୧୫ ତାରିଖରେ ଜଣେ ଯୁବକ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିବା ଖବର ମିଳିଥିଲା। ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରି ତଦନ୍ତ ଚଳାଇଥିଲା। ମୃତକ ସିର୍ଲିଗୁଡା ଗ୍ରାମର କୈଳାସ ଦଣ୍ଡସେନା (୩୫)। କୈଳାସଙ୍କ ସ୍ତ୍ରୀ ମୀନା ଦଣ୍ଡସେନାଙ୍କ ଏତଲାକୁ ଭିତ୍ତି କରି ଭବାନୀପାଟଣା ସଦର ପୋଲିସ ଏସଆଇ ସୁବାସଚନ୍ଦ୍ର ମିଶ୍ର   ମାମଲା(ନଂ. ୨୭୪/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ। ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ଭବାନୀପାଟଣା ଏସ୍‌ଡିଜିଏମ୍‌ କୋର୍ଟରେ ହାଜର କରାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଜେଲକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri