କିଡ୍‌ନୀ ଆକ୍ରାନ୍ତଙ୍କ ଚିକିତ୍ସା, ପାଣି ଯୋଗାଣ ଦାବି, ଏଡିଏମଙ୍କୁ ଭେଟିଲା ଗାଁ କମିଟି

ଛତ୍ରପୁର,୩।୬(ଡି.ଏନ.ଏ.)-ଛତ୍ରପୁର ବ୍ଲକ କାଳିପଲ୍ଲୀ ପଞ୍ଚାୟତ ପି.ଲକ୍ଷ୍ମୀପୁର ଗାଁରେ କିଡନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏପରିକି ଏଥିରେ କେତେଜଣଙ୍କ ମୃତ୍ୟୁ ଘଟିଥିବା ମଧ୍ୟ ଅଭିଯୋଗ ହେଉଛି। ଏହାର ନିରାକରଣ ପାଇଁ ପଦକ୍ଷେପ ନେବା ଦୂରର କଥା ଏହି ରୋଗ କାହିଁକି ବ୍ୟାପୁଛି ତାହାର କାରଣ ମଧ୍ୟ ଜଣାପଡିନି । ପି. ଲକ୍ଷ୍ମୀପୁର ଏବଂ ଏହାର ଆଖପାଖ ଅଞ୍ଚଳରେ କିଡ଼ନୀ ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଅଭିଯୋଗ ହୋଇଆସୁଥିବାରୁ ଗତ ମାସରେ ଏକ ମେଡିକାଲ ଟିମ୍‌ ଯାଇ ତଦନ୍ତ କରିଥିଲେ । ହେଲେ ରୋଗ ବ୍ୟାପିବାର କାରଣ ସ୍ପଷ୍ଟ ପଡ଼ି ନ ଥିଲା। ଅଞ୍ଚଳରେ ବିଶୁଦ୍ଧ ପାଣି ମିଳୁ ନ ଥିବା ପି ଲକ୍ଷ୍ମୀପୁରର ମୁତ୍ୟାଲମ୍ମା ଗାଁ କମିଟି ପକ୍ଷରୁ ଅଭିଯୋଗ ହୋଇଛି । ସୋମବାର ଗାଁ କମିଟି କର୍ମକର୍ତ୍ତା ଛତ୍ରପୁର ଆସି ଏ ସମ୍ପର୍କରେ ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଋଷିକୁଲ୍ୟା ନଦୀରୁ ପାଇପ୍‌ ଯୋଗେ ଜଳ ଯୋଗାଣ ସହ କିଡନୀ ଆକ୍ରାନ୍ତମାନଙ୍କ ଚିକିସତ୍ା ପାଇଁ ଗାଁ କମିଟି ପକ୍ଷରୁ ଦାବି ହୋଇଛି । କିଡନୀ ରୋଗରେ ଆକ୍ରାନ୍ତ ହୋଇ ପି.ଲକ୍ଷ୍ମୀପୁର ଗାଁର ଗୌରାଙ୍ଗ ସାହୁ, ସୁରେନ୍ଦ୍ର ସାହୁ, ମୁତ୍ୟାଲା ସାହୁ, କ୍ଷୀର ସାହୁ, ଭଗବାନ ସାହୁ, ଏମ୍‌ ଆପନ୍ନା ଓ ଏମ୍‌ ବୁଦାମ୍ମାଙ୍କ ମୃତ୍ୟୁ ଘଟିଛି ବୋଲି ଗାଁ କମିଟି ପକ୍ଷରୁ କୁହାଯାଇଛି। ସେହିପରି ହରେକୃଷ୍ଣ ସେଠୀ, ବିଜୟଲକ୍ଷ୍ମୀ ଦେବୀ, କାଜଲ ସେଠୀ, ଏମ୍‌ ଦମୟନ୍ତୀ, ଏସ୍‌ ଏରାୟା, ଏମ୍‌ ସାବିତ୍ରୀ ଓ ଏମ୍‌ ନାର୍ସାମ୍ମା କିଡନୀ ରୋଗରେ ଆକ୍ରାନ୍ତ ହୋଇ ଚିକିସତ୍ତ ହେଉଥିବା ମଧ୍ୟ କୁହାଯାଇଛି । ଏମାନଙ୍କ ଚିକିସତ୍ା ପାଇଁ ବ୍ୟବସ୍ଥା କରିବାକୁ ଗାଁ କମିଟି ଅନୁରୋଧ କରିଛି । ଗୋପାଳପୁର ଏନଏସିକୁ କାଳିପଲ୍ଳୀ ପଞ୍ଚାୟତ ଦେଇ ଋଷିକୁଲ୍ୟା ନଦୀରୁ ପାଇପ ଯୋଗେ ଜଳଯୋଗାଣ ହେବାର ଯୋଜନା ହୋଇଛି । ଏଣୁ ଉକ୍ତ ପ୍ରକଳ୍ପରୁ ପାଇପ ଯୋଗେ ପି. ଲକ୍ଷ୍ମୀପୁର ଗାଁକୁ ପାଣି ଯୋଗାଇବାକୁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ

ଭଞ୍ଜନଗର,୧୯ା୮(ବାବୁଲା ପ୍ରଧାନ): ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ଏମପାଓ୍ବାର୍‌ ସେଲ’ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି।…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri