କିଡ୍‌ନୀ ରୋଗ୍‌ରେ ପୀଡ଼ିତ ଧୁବଲ: ଟଁକା ଅଭାବୁ ଅଟ୍‌କିଛେ ଚିକିଛା

ଲୋଇସିଂହା, ୨୫।୧୨ (ଡି.ଏନ୍‌.ଏ.)-  ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗଁା(ଖ) ପଁଚେତ୍‌ ସାନଟିକା ଗଁାର ଧୁବଲ ପଧାନ(୪୫)। ଦୁଇ ବଛର ହେଲା କିଡ୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ସେ ଝନେ ନିହାତି ଗରିବ୍‌ ଲୋକ୍‌। ଧାର ଉଧାର କରି ଅନେକ ଟଁକା ପଏସା ସାଏଲା ଉତାରୁ ବି କିଛି ଲାଭ ନାଇଁ ହେବାର।
ସୂଚନା ହିସାବେ ସାନଟିକା ଗଁାର ଧୁବଲ ପଧାନକଁର ପରିବାର କହେଲେ ମାଏକିନା ଆର ୩ ଝି’କୁ ନେଇ ସଁସାର। ବଡ଼ଖା ଝି’କେ ବିହାଚୁରା କରି ସାରିଥିଲାବେଲେ ବାକି ଦୁଇ ଝି’ ପଢ଼ାପଢ଼ି କରୁଛନ୍‌। ଧୁବଲ ଝନେ ନଁାକେ ଚାଷୀ। ସେ ପରିବାରର ଝନେ ବଲି ରୁଜ୍‌ଗାରିଆ ଲୋକ୍‌। ଚାଷ୍‌ବାସ କରି କୁଟୁମ ପୁଷୁଥିଲେ। ଆଏଜ୍‌କେ ୨ ବଛର ତଲେ ସେ କିଡ୍‌ନୀ ରୋଗ୍‌ରେ ଆକ୍‌ରଁାତ ହେଇଥିଲେ। ଏନ୍‌ତାଥି ସେ ନିଜର ଦେଢ଼ ଏକର ଜମିରୁ କେତେ ବିକାଭଂଗା କରି ଭୁବନେଶ୍ୱରରେ ଚିକିଛିତ ହେଉଛନ୍‌। ହେଲେ ଏହେଦେ ଟଁକା ପଏସା ଅଭାବୁ ଚିକିଛିତ ନାଇଁ ହେଇପାରି କରି ଭଗବାନ ଭରସାରେ ଘରେ ପଡ଼ି ରହିଛନ୍‌। ଇ ପରିବାରଟା ନିହାତି ଗରିବ୍‌ ହେଇଥିଲେ ବି ସରକାରୀ ସୁବିଧାରୁ ବଁଚିତ୍‌ ଥିବାର ଗଁାର ସୁନୀଲ ପଧାନ କହିଛନ୍‌। ଜିଲା ପରଶାସନ ଇ ଦୁଖି ଗରିବ୍‌ ପରିବାର ଉପରେ ଦୁରୁଷ୍‌ଟି ଦେଇ ଚିକିଛା ସାହାଯ୍‌ ସଂଗେ ବାକି ସରକାରୀ ସୁବିଧା ସୁଯୋଗ ଯୁଗେଇ ଦେବାକେ ଗଁାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ…

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri