Posted inଖେଳ

କିମ୍ବଦନ୍ତୀ ଚେସ୍‌ ଖେଳାଳି ଅରାତିଙ୍କ ବିୟୋଗ

ଭୁବନେଶ୍ୱର, ୨୧।୪(ସ୍ପୋଟର୍‌ସ ବ୍ୟୁରୋ)- ରାଜ୍ୟର କିମ୍ବଦନ୍ତୀ ଚେସ୍‌ ଖେଳାଳି ତଥା ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ (ଓଏସ୍‌ସିଏ)ର ଉପସଭାପତି ଓ ଭୁବନେଶ୍ୱର ଚେସ୍‌ ଆସୋସିଏଶନ (ସିବିଏ)ର ସମ୍ପାଦକ ଅରାତି ବିଜୟ ମହାନ୍ତିଙ୍କ ପରଲୋକ ଘଟିଛି। ଶନିବାର ସକାଳେ ସହିଦ୍‌ ନଗରସ୍ଥିତ ଏକ ହସ୍ପିଟାଲରେ ୭୫ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ନିମୋନିଆରେ ପୀଡ଼ିତ ଥିଲେ। ଅରାତିଙ୍କ ବିୟୋଗରେ ଓଏସ୍‌ସିଏ ଓ ବିସିଏ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। ବିବାହିତ ଅରାତି ରାଜ୍ୟ ସରକାରଙ୍କ ଓ୍ବାର୍କ୍ସ ଡିପାର୍ଟମେଣ୍ଟରୁ ଅଣ୍ଡର ସେକ୍ରେଟାରୀ ଭାବେ ଅବସର ନେଇଥିଲେ ମଧ୍ୟ ଚେସ୍‌ ପ୍ରତି ସମର୍ପିତ ରହଥିଲେ। ଚେସ୍‌ରେ ସଂସ୍କାର ପାଇଁ ଜୀବନର ଅଧିକାଂଶ ସମୟ କଟାଇଥିଲେ ମଧ୍ୟ କେବେ ଥକି ପଡ଼ି ନ ଥିଲେ ଏହି କିମ୍ବଦନ୍ତୀ କ୍ରୀଡ଼ାବିତ୍‌। ସେ ୩ ଦଶନ୍ଧିରୁ ଊର୍ଦ୍ଧ୍ୱ ଓଡ଼ିଶା ରାଜ୍ୟ ଚେସ୍‌ ସଂଘର କାର୍ଯ୍ୟକାରୀ ସଭାପତି ରହିବା ସହ ବହୁ ଉନ୍ନତମାନର ଖେଳାଳିଙ୍କୁ ଚେସ୍‌ ସିଲଟରେ ପାଠ ପଢ଼ାଇଥିଲେ। ୧୯୬୫ରୁ ୭୨ ପର୍ଯ୍ୟନ୍ତ ଅନେକଥର ରାଜ୍ୟ ଚାମ୍ପିୟନ ହୋଇଥିବା ଏହି ଚେସ୍‌ରନତ୍ ସିଭିଲ ସର୍ଭିସ ଖେଳରେ ଓଡ଼ିଶାକୁ ବହୁବାର ଜିତାଇଛନ୍ତି। ଗାର୍ଗି ମହାପାତ୍ର, ସୌମ୍ୟରଞ୍ଜନ ମିଶ୍ର ପ୍ରମୁଖ ତାଙ୍କର ଅନ୍ୟତମ ଶିଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri