କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୧୯ା୪-କିରୋସିନ ଢାଳି ଜଣେ ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶିଶିର କୁମାର ବାଡ଼ତ୍ୟାଙ୍କ ସ୍ତ୍ରୀ ଲୋପାମୁଦ୍ରା (୩୨) ।  ଘର ବଡ଼ବଜାର ଥାନା ଅନ୍ତର୍ଗତ ଆସ୍କା ରୋଡ ରଘୁପତି ନଗର ଦ୍ୱିତୀୟ ଲେନ୍‌  ବୋଲି ପୋଲିସ କହିଛି ।

ମାନସିକ ଅଶାନ୍ତିକୁ କେନ୍ଦ୍ରକରି ମହିଳା ଜଣଙ୍କ ଘରେ ଏକାକୀ ଥିବା ବେଳେ ଏଭଳି କରିଥିବା ପୋଲିସ ସନ୍ଦେହ କରୁଛି। ମୃତଦେହ ଜବତ କରି ନଂ. ୫/୧୯ରେ ଅପମୃତ୍ୟୁ ମୃତ୍ୟୁ ମାମଲା ରୁଜୁ କରିଛି। ଶିଶିର ଗତ ୧୦ ବର୍ଷ ତଳେ ଲୋପାମୁଦ୍ରାଙ୍କୁ ବିବାହ କରିଥିଲେ। ସେମାନଙ୍କର ୭ ବର୍ଷର ଏକ ପୁତ୍ର ସନ୍ତାନ ରହିଛି । ଶିଶିର ଆସ୍କା ରୋଡରେ ଥିବା ଟ୍ରକ ମାଲିକ ସଂଘ କାର୍ଯ୍ୟାଳୟରେ କାମ କରନ୍ତି । ପ୍ରତିଦିନ ଭଳି ଗୁରୁବାର ସକାଳ ୧୦ଟାରେ ସେ କାମକୁ ଚାଲି ଯାଇଥିଲେ। ଲୋପାମୁଦ୍ରା ଘରେ ଏକାକୀ ଥିବା ବେଳେ ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକ ଶିଶିରଙ୍କୁ ଫୋନ କରିଥିଲେ । ଉକ୍ତ ସାହିରେ ରହୁଥିବା ଲୋପାମୁଦ୍ରାଙ୍କ ବାପା ଝିଅ ଘରେ ପହଞ୍ଚତ୍ଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ତାଙ୍କ ସ୍ବାମୀ ଶିଶିର ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ମହିଳାଙ୍କ ଶରୀରର ୯୦ ଭାଗ ପୋଡ଼ି ଯାଇଥିବା ଡ଼ାକ୍ତର କହିଥିଲେ। ଲୋପାମୁଦ୍ରାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ବେଳେ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା ।

କଟକ ନେବା ବେଳେ ରାସ୍ତାରେ ମୃତ୍ୟୁ ଘଟିଥିଲା । ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ଅଣାଯାଇଥିଲା। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବଡ଼ବଜାର ପୋଲିସ ମେଡିକାଲରେ ପହଞ୍ଚତ୍ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ।

ମୃତ ମହିଳାଙ୍କ ବାପା ଥାନାରେ କୌଣସି ଅଭିଯୋଗ କରି ନ ଥିବା ଥାନାଧିକାରୀ ପ୍ରଶାନ୍ତ କୁମାର ଭୂପତି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ କରିବା, ଗଜାଧାନ ବୁଣା ଯନ୍ତ୍ରର କ୍ଷେତ୍ର ପ୍ରଦର୍ଶନ

ସୋରଡ଼ା,୩୦ା୭(ଡି.ଏନ.ଏ.)-ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ପଶୁ ଶକ୍ତିର ସଦୁପଯୋଗ ସମ୍ବନ୍ଧୀୟ ସର୍ବଭାରତୀୟ ସଂଯୋଜିତ ଗବେଷଣା ପ୍ରକଳ୍ପ, ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର, ଗଞ୍ଜାମ...

ନକଲି ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଲେ ୪ ଶିକ୍ଷକ: ଏତଲା ସହ ବହିଷ୍କାର ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ୍‌,୩ା୧୧- ନିଯୁକ୍ତି ବେଳେ ଶିକ୍ଷାଗତ ଯୋଗ୍ୟତାର ନକଲି ସାର୍ଟିଫିକେଟ୍‌ ଦେଇ ଗଞ୍ଜାମ ଜିଲାର ୪ଜଣ ଶିକ୍ଷକ ଧରାପଡ଼ିଛନ୍ତି। ଏହି ସମସ୍ତ ଶିକ୍ଷକ ଧରାକୋଟ ବ୍ଲକର...

କରୋନା ଲକ୍ଷଣ ଲୁଚାଇଲେ ବିପଦ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୨୭।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାର ଜନସାଧାରଣଙ୍କ ପାଇଁ ବୁଧବାର ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ଆଡ଼ଭାଇଜରୀ ଜାରି କରିଛନ୍ତି। ଘରେ ରୁହ ସୁରକ୍ଷିତ ରୁହ,...

ଗାଁ ପ୍ରବେଶ ପଥ ବନ୍ଦ କଲେ ଲୋକେ

ଭଞ୍ଜନଗର,୨୬।୩(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ଲାଗି ଗୁରୁବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ଓ କେତେକ ଗ୍ରାମବାସୀ ଆଲୋଚନା କରି ଗାଁ ପ୍ରବେଶ ପଥକୁ ସିଲ୍‌...

ମହିଳାଙ୍କୁ ଅସଦାଚରଣ ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜଣେ ମହିଳାଙ୍କୁ ଅସଦାଚରଣ ସହ ଗାଳିଗୁଲଜ ହୋଇଥିବା ଥାନାରେ ଅଭିଯାଗ ହୋଇଛି। ମହିଳାଙ୍କ ଏତଲା ଆଧାରରେ ଆଇଆଇସି...

ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର

ଖଲ୍ଲିକୋଟ,୨୨।୭(ଡି.ଏନ.ଏ.)-ଖଲ୍ଲିକୋଟ ଥାନା ମଥୁରା ଓ ଭରସା ଗ୍ରାମ ମଧ୍ୟ ଭାଗରେ ଥିବା ଏକ ବ୍ରିଜ ତଳୁ ସୋମବାର ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ବ୍ରିଜ...

ବ୍ରହ୍ମପୁରରେ ଭୋଗି ଉତ୍ସବ: ଜମିଲା ପାରମ୍ପରିକ ଦାଣ୍ଡିଆ ନୃତ୍ୟ

ବ୍ରହ୍ମପୁର ଅଫିସ,୧୪।୧: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ତେଲୁଗୁ ସମ୍ପ୍ରଦାୟର ଭୋଗି ଉତ୍ସବ ମଙ୍ଗଳବାର ପାଳନ ହୋଇଛି। ଉତ୍ସବର ପ୍ରଥମ ଦିନରେ ସହରରେ ରହୁଥିବା ବହୁ...

ବିସିସି ବ୍ୟାଙ୍କର ୧୦ଜୋନ୍‌ରେ ନିର୍ଦ୍ଦେଶକ ନିର୍ବାଚନ

ବ୍ରହ୍ମପୁର ଅଫିସ,୧୫ା୧୦: ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ପରିଚାଳନା ପରିଷଦ ନିର୍ଦ୍ଦେଶକ ନିର୍ବାଚନ ପାଇଁ ଗତ ୮ ତାରିଖରୁ ଆରମ୍ଭ ହୋଇଥିବା ନାମାଙ୍କନ, ପ୍ରାର୍ଥିପତ୍ର...

Advertisement
Archives

Model This Week