କିରୋସିନ ବାଟମାରଣା ଅଭିଯୋଗରେ ଡିଲର ନିଲମ୍ବିତ

ବାଲେଶ୍ୱର ଅଫିସ, ୧୩।୩: ବାଲେଶ୍ୱର ସଦର ବ୍ଲକ ଅଧୀନ ଗୁଡ଼ ପଞ୍ଚାୟତର ଡିଲର ହିତାଧିକାରୀଙ୍କୁ କିରୋସିନ ନ ଦେଇ ହେରଫେର କରିଥିବା ନେଇ ୬ ମାସ ପୂର୍ବରୁ ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରାଯାଇ ଡିଲରଙ୍କୁ ନିଲମ୍ବନ କରାଯାଇଛି। ଗୁଡ଼ ପଞ୍ଚାୟତର ରାଶନ ସାମଗ୍ରୀ ଯୋଗାଇ ଦେବା ପାଇଁ ଏକ ସ୍ବୟଂ ସହାୟକ ଗୋଷ୍ଠୀକୁ ଡିଲର ଭାବେ ଯୋଗାଣ ବିଭାଗ ଦ୍ୱାରା ନିଯୁକ୍ତ ଦିଆଯାଇଥିଲା। ଉକ୍ତ ଅଞ୍ଚଳର ୭ଶହରୁ ଉର୍ଦ୍ଧ୍ୱ ହିତାଧିକାରୀ ଥିବା ବେଳେ କାଁ ଭାଁ କେତେଜଣଙ୍କୁ କିରୋସିନ ଯୋଗାଇ ଦେଇ ଅନ୍ୟମାନଙ୍କୁ ବିଭିନ୍ନ କାରଣରୁ ଦେଉ ନ ଥିବା ଗ୍ରାମବାସୀ ୬ମାସ ପୂର୍ବରୁ ମିଳିତ ଜନଶୁଣାଣିରେ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଏହାକୁ ତଦନ୍ତ କରିବା ପାଇଁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ସଦର, ରେମୁଣା, ବସ୍ତା ଓ ଜଳେଶ୍ୱର ମାର୍କେଟିଂ ଇନ୍ସପେକ୍ଟର ମିଳିତ ତଦନ୍ତ କରି ରିପୋର୍ଟ ଦେଇଥିଲେ। ଏହାକୁ ଭିତ୍ତି କରି ଗତ ୧୧ତାରିଖରେ ଉପଜିଲାପାଳଙ୍କ ଅଫିସ୍‌ ଚିଠି (ନଂ. ୮୦) ଅନୁଯାୟୀ ଉକ୍ତ ଡିଲରକୁ ନିଲମ୍ବିତ କରାଯାଇଥିବା ଉପଜିଲାପାଳ ନୀଲୁ ମହାପାତ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ଟିମ ଇଣ୍ଡିଆକୁ ବଡ଼ ଝଟକା; ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରୁ ବାଦ ପଡ଼ିଲେ…

ନୂଆଦିଲ୍ଲୀ,୨।୮: ଭାରତୀୟ ଦଳ ଅଗଷ୍ଟ ୪ରେ ଶ୍ରୀଲଙ୍କା ଯିବାର ସମ୍ଭାବନା ଅଛି। ଏହି ଗସ୍ତ ସମୟରେ ଦୁଇ ଦଳ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଖବର? ଟ୍ରେଡ ଡିଲକୁ ନେଇ ମୁହଁ ଖୋଲିଲା ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨।୮: ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବହୁତ ଆଶା ରଖିଥିଲା, ତେଣୁ ଫ୍ରାଞ୍ଚାଇଜ ରୋହିତ ଶର୍ମାଙ୍କ ସ୍ଥାନରେ ଅଲରାଉଣ୍ଡରଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ରୋହିତଙ୍କ ନେତୃତ୍ୱରେ,…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri