କିଶୋରନଗରରେ ବଢୁଛି ଚୋରା ମଦ କାରବାର: ଅବକାରୀ ବିଭାଗ ନୀରବ, ସାଧାରଣରେ ଅସନ୍ତୋଷ

ବଇଣ୍ଡା,୧୮।୬(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ଥାନା ବାମୁର, କିଶୋରନଗର, ବାଟିମୁଣ୍ଡା, ସଞ୍ଜାମୁରା, ହିମିତିରା, ଅଙ୍ଗପଡ଼ା, ତୁରୁଡା, ରଣିଆକଟା ଆଦି ବିଭିନ୍ନ ଗ୍ରାମରେ ଚୋରା ମଦ କାରବାର ବୃଦ୍ଧି ପାଉଥିବା ଅଭିଯୋଗ ହୋଇଛି। ଫଳରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଯୋଗୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି।

ଘଟଣାରୁ ଜଣାପଡ଼ିଛି, ଏହି ଅଞ୍ଚଳରେ କେତେକ ଝୁମ୍ପୁଡ଼ି ହୋଟେଲ, ପାନ ଦୋକାନ ଓ କିଛି ବ୍ୟକ୍ତି ସେମାନଙ୍କ ଘରେ ଚୋରା ଦେଶୀ ମଦ ଓ ବିଦେଶୀ ମଦ ବିକ୍ରି କରୁଛନ୍ତି। ଏଥିରୁ ଭଲ ଦୁଇ ପଇସା ଲାଭ ମିଳୁଥିବାବେଳେ କେତେକ ବ୍ୟକ୍ତି ଫ୍ରିଜ ରଖି ଏହି ବ୍ୟବସାୟ ଚଳାଇଛନ୍ତି। ସେହିପରି ଦେଶୀ ମଦ ଭାଟି ଓ ବିଦେଶୀ ମଦ ଦୋକାନ ଗୁଡ଼ିକରେ ବ୍ୟବସାୟ ବୃଦ୍ଧି କରିବା ପାଇଁ ବାଇକ ମାଧ୍ୟମରେ ବିଭିନ୍ନ ଗ୍ରାମକୁ ମଦ ଯୋଗାଇ ଦିଆଯାଉଛି। ଏଥିଯୋଗୁ ନିର୍ଭୟରେ ଚୋରା ଦେଶୀ ଓ ବିଦେଶୀ ମଦ କାରବାର ବୃଦ୍ଧି ପାଇବାରେ ଲାଗିଛି। ସାରେ ଯୁବକମାନେ ମଦ୍ୟପାନ କରି ଗଣ୍ଡଗୋଳ ସୃଷ୍ଟି କରୁଛନ୍ତି। ଚୋରା ବ୍ୟବସାୟୀମାନେ ସ୍ଥାନୀୟ ପୋଲିସ ଓ ଅବକାରୀ ବିଭାଗର କେତେକ କର୍ମଚାରୀଙ୍କୁ ହାତ ଗୁଞ୍ଜା ଦେଇ ଖୋଲାଖୋଲି ଭାବେ ବ୍ୟବସାୟ କରୁଥିବା ସାଧାରଣରେ ଅଭିଯୋଗ ହୋଇଛି। ତୁରନ୍ତ ଏଥିପ୍ରତି ବିଭାଗୀୟ ଅଧିକାରୀମାନେ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। ଏ ନେଇ କିଶୋରନଗର ଥାନା ଆଇଆଇସି ପ୍ରତିଭା ମାଝିଙ୍କୁ ପଚାରିବାରୁ ସେ କୌଣସି ମନ୍ତବ୍ୟ ନ ଦେଇ ପ୍ରସଙ୍ଗକୁ ଏଡ଼ାଇ ଦେଇଥିଲେ। ଅବକାରୀ ବିଭାଗର ଆଠମଲ୍ଲିକ ଉପନୀରିକ୍ଷକ ପ୍ରଫୁଲ କୁମାର ପତି କହିଛନ୍ତି, ବିଭାଗ ପକ୍ଷରୁ ବାରମ୍ବାର ଚଢାଉ କରାଯାଇ ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?