Posted inରାଜ୍ୟ

କିଶୋରନଗରରେ ୪୨ ଡିଗ୍ରୀ ତାପମାତ୍ରା: ପାଣି ପାଇଁ ଜନଜୀବନ ହନ୍ତସନ୍ତ

ବଇଣ୍ଡା,୧୧।୬(ଡି.ଏନ.ଏ.)-ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ବିଶେଷ କରି ଅନୁଗୋଳ ଜିଲାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର କିଶୋରନଗର ବ୍ଲକରେ ୪୨ ଡିଗ୍ରୀରୁ ଊର୍ଦ୍ଧ୍ୱ ତାପମାତ୍ରା ରହିଥିବାବେଳେ ଅସହ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଅପରପକ୍ଷରେ ବିଭିନ୍ନ ନଈ, ନାଳ, କୂଅ ପୋଖରୀ ଶୁଖି ଯାଇଥିବାବେଳେ ଜଳାଭାବ ଦେଖାଦେଇଛି। ପିଇବା ପାଣି ସଠିକ ଭାବେ ମିଳୁ ନ ଥିବାରୁ ସାଧାରଣ ଲୋକେ ଓ ଜୀବଜନ୍ତୁ ଡହଳବିକଳ ହେଉଛନ୍ତି। ଅପରପକ୍ଷରେ ପ୍ରଶାସନ ପକ୍ଷରୁ ଜଳ ଯୋଗାଣ ବ୍ୟବସ୍ଥା କରାଯାଉ ନ ଥିବାବେଳେ ପଞ୍ଚାୟତ ପକ୍ଷରୁ ବାଟୋଇଙ୍କ ପାଇଁ ଜଳଛତ୍ର ଖୋଲାଯାଉ ନାହିଁ। ଫଳରେ ବସ ତଥା ବାଟୋଇ ଯାତ୍ରୀମାନେ ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସକାଳ ୧୦ଟା ପରେ ଘରୁ ବାହାରକୁ ବାହାରି ହେଉ ନ ଥିବାବେଳେ ଅଘୋଷିତ ବିଦ୍ୟୁତ୍‌ କାଟ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ତୁରନ୍ତ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇ ଜଳଯୋଗାଣ ସହ ଲାଗି ରହିଥିବା ବିଦ୍ୟୁତ୍‌ କାଟକୁ ବନ୍ଦ କରିବା ପାଇଁ ସାଧାରଣରେ ଦାବି ହୋଇଛି। ଏ ନେଇ ସାମାଜିକ କର୍ମୀ ତଥା ପରିବେଶବିତ୍‌ ମନୋଜ ମହାପାତ୍ର କହିଛନ୍ତି, ଶିଳ୍ପ, କଳକାରଖାନା, ରାସ୍ତା ଯୋଗୁ ଅନେକ ଗଛ କଟାଯାଉଛି। ସେହି ଆହାରରେ ବୃକ୍ଷରୋପଣ କରାଯାଉ ନାହିଁ। ଫଳରେ ଅଳ୍ପ ପରିମାଣରେ ବର୍ଷା ହୋଇ ଉତ୍ତାପ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri