କିଶୋର ବାସା ‘ଟାଗୋର ନ୍ୟାଶନାଲ ଫେଲୋ’ ମନୋନୀତ

ଭୁବନେଶ୍ୱର,୨୭।୪(ବ୍ୟୁରୋ)-ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଉତ୍କଳ ବିଶ୍ୱବିଦ୍ୟାଳୟ ନୃତତ୍ତ୍ୱ ବିଭାଗ ପୂର୍ବତନ ମୁଖ୍ୟ ପ୍ରଫେସର କିଶୋର କୁମାର ବାସାଙ୍କୁ ସମ୍ମାନଜନକ ‘ଟାଗୋର ନ୍ୟାଶନାଲ ଫେଲୋ’ ଭାବେ ମନୋନୀତ କରାଯାଇଛି। ଭୋପାଳସ୍ଥିତ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମାନବ ସଂଗ୍ରହାଳୟରେ ସେ ମେ ପହିଲାରୁ ଦୁଇବର୍ଷ ପର୍ଯ୍ୟନ୍ତ ଏହି ଦାୟିତ୍ୱରେ ରହି କାର୍ଯ୍ୟ କରିବେ। ସେଠାରେ ପ୍ରଫେସର ବାସା ଊନବିଂଶ ଶତାବ୍ଦୀରୁ ଆଜି ପର୍ଯ୍ୟନ୍ତ ନୃତତ୍ତ୍ୱ ଓ ସଂଗ୍ରହାଳୟର ପରିବର୍ତ୍ତନ ଧାରା ଉପରେ ଗବେଷଣା କରିବେ। ୧୯୭୩ ମସିହା ମାଟ୍ରିକ ପରୀକ୍ଷାରେ ସାରା ରାଜ୍ୟରେ ପ୍ରଥମ ଶ୍ରେଣୀରେ ପ୍ରଥମ ହୋଇଥିବା ପ୍ରଫେସର ବାସା ଲଣ୍ଡନ ବିଶ୍ୱବିଦ୍ୟାଳୟରୁ ପିଏଚ୍‌ଡି ଡିଗ୍ରୀ ହାସଲ କରିଛନ୍ତି। ଏଥିସହ କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ପୋଷ୍ଟ ଡକ୍ଟରାଲ ଫେଲୋ ଭାବେ ଗବେଷଣା କରିଛନ୍ତି। ଭୋପାଳ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମାନବ ସଂଗ୍ରହାଳୟ, କୋଲକାତା ଇଣ୍ଡିଆନ୍‌ ମ୍ୟୁଜିୟମ୍‌ ଏବଂ ଆନ୍ଥ୍ରୋପୋଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆର ପୂର୍ବତନ ନିର୍ଦ୍ଦେଶକ ଭାବେ କାର୍ଯ୍ୟକରି ସେ ପ୍ରଶଂସିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri