କୀଟନାଶକ ପିଇ ଚାଷୀ ଆତ୍ମହତ୍ୟା ଅଭିଯୋଗ: ଟଙ୍କା ପୈଠ ନ କରିବାରୁ ମୃତଦେହ ଛାଡ଼ିଲାନି ମେଡିକାଲ

ସମ୍ବଲପୁର,୪।୯(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଖଇରମାଳ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଋଣଭାର, ଫସଲ ନଷ୍ଟ ଯୋଗୁ କୀଟନାଶକ ପିଇ ଜଣେ ଚାଷୀଙ୍କ ବୁଧବାର ମୃତ୍ୟୁ ଘଟିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ଚାଷୀ ହେଲେ ଅବଧୂତ ପ୍ରଧାନ (୫୦)।
ସୂଚନାନୁଯାୟୀ, ଅବଧୂତ ନିଜର ୮ ଏକର ଜମିରେ ଚାଷ କରିଥିଲେ। ହେଲେ ବର୍ଷା ଅଭାବରୁ ଚଳିତ ବର୍ଷ ଚାଷ ହୋଇପାରି ନ ଥିବା ବେଳେ ବ୍ୟାଙ୍କ ଓ ମହାଜନଙ୍କ ପାଖରୁ ସେ ପ୍ରାୟ ୨ ଲକ୍ଷ ଟଙ୍କା ଋଣ ଆଣିଥିଲେ। ଏହାକୁ ନେଇ ଅବଧୂତ ସବୁବେଳେ ଚିନ୍ତାରେ ରହୁଥିବା ପରିବାର ଲୋକେ କହିଛନ୍ତି। ଗତ ବୁଧବାର ଅବଧୂତ କୀଟନାଶକ ପିଇ ଗୁରୁତର ହେବାପରେ ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ଆଇସିୟୁ ଅଭାବରୁ ତାଙ୍କୁ ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଅପରପକ୍ଷେ ଚିକିତ୍ସିତ ହେଉଥିବା ଘରୋଇ ମେଡିକାଲରେ ଚିକିତ୍ସା ବାବଦ ୭୪ ହଜାର ଟଙ୍କା ପୈଠ ନ କରିବାରୁ ଚାଷୀଙ୍କ ମୃତଦେହ ଛଡାଯାଇ ନ ଥିଲା। ପରେ ପୂର୍ବତନ ବିଜେଡି ଜିଲା ସଭାପତି ପ୍ରମୋଦ ରଥ ଓ ଚାଷୀମାନେ ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ଏ ନେଇ ମେଡିକାଲ ପରିସରରେ କିଛି ସମୟ ଧରି ଉତ୍ତେଜନା ଲାଗି ରହିଥିଲା। ପରେ ସେମାନଙ୍କ ମଧ୍ୟର ଚୁକ୍ତି ହୋଇ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri