କୀଟନାଶକ ପିଇ ନବ ବିବାହିତାଙ୍କ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ଭାଇ, ସ୍ବାମୀଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ

ମହାକାଳପଡ଼ା,୯।୬(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତ ସ୍ଥାନୀୟ କୋଚିଳା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜନୈକ ନବ ବିବାହିତାଙ୍କ କୀଟନାଶକ ପିଇବା ଯୋଗୁ ମୃତ୍ୟୁ ଘଟିଛି। ତାଙ୍କୁ ହତ୍ୟା କରାଯାଇଥିବା ମହିଳାଙ୍କ ଭାଇ ଶିବ ପ୍ରସାଦ ଖୁଣ୍ଟିଆ ମହାକାଳପଡ଼ା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୬୫/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ସୂଚନାନୁଯାୟୀ, ମୃତକ ଏକ ବର୍ଷ ପୂର୍ବେ କୋଚିଳା ଗ୍ରାମର ଯଶୋବନ୍ତ ପ୍ରଧାନଙ୍କ ପୁଅ କାଳନ୍ଦୀଙ୍କୁ ପ୍ରେମ ବିବାହ କରିଥିଲେ। ତେବେ ଉଭୟେ ନାବାଳିକା ଓ ନାବାଳକ ଥିବାରୁ ଗ୍ରାମର ଭଦ୍ର ଲୋକଙ୍କ ଉପସ୍ଥିତିରେ ସମାଧାନ ହୋଇ ସେମାନଙ୍କର ବିବାହ କରାଯାଇଥିଲା। କୌଣସି କାରଣରୁ ରାତିରେ ସେ ବିଷ ପିଇଦେଇଥିଲେ। ଏହା ଜାଣିପାରି ଶାଶୁଘର ଲୋକେ ତାଙ୍କୁ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଭଉଣୀଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ଶିବ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରିବା ସହ ସ୍ବାମୀ କାଳନ୍ଦୀଙ୍କୁ ଅଟକ ରଖି ଅଧିକ ପଚରାଉଚୁରା କରୁଛି। ଏଥିସହ ମୃତଦେହ ବ୍ୟବଚ୍ଛେଦ ପାଇଁ କେନ୍ଦ୍ରାପଡ଼ା ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri