କୁଆଖାଇ ନଦୀବନ୍ଧ ସଂଲଗ୍ନ ରାସ୍ତା ଜବରଦଖଲକୁ ବିରୋଧ: ହାଇକୋର୍ଟରେ ଜନସ୍ବାର୍ଥ ମାମଲ

କଟକ ଅଫିସ, ୨୧ା୯: କୁଆଖାଇ ନଦୀବନ୍ଧ ସଂଲଗ୍ନ ମଞ୍ଚେଶ୍ୱରଠାରୁ କାନପୁର ରାସ୍ତାର ଦକ୍ଷିଣ ପାର୍ଶ୍ୱକୁ ବେଆଇନ ଭାବେ ଜବରଦଖଲ କରାଯାଇଛି। ଏହାକୁ ବିରୋଧ କରି ଶୁକ୍ରବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଆବେଦନକାରୀ ତଥା ଆଇନଜୀବୀ ଅନ୍ତର୍ଯାମୀ ସ୍ବାଇଁଙ୍କ ପକ୍ଷରୁ ଦାଖଲ ହୋଇଥିବା ଏହି ମାମଲାରେ ରାଜ୍ୟ ସରକାରଙ୍କ ଆଇନ ବିଭାଗ, ଖୋର୍ଦ୍ଧା ଜିଲାପାଳ, ପ୍ରାଚୀ ଡିଭିଜନର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର, ରାସ୍ତା ଓ ଗୃହ ନିର୍ମାଣ ବିଭାଗ, ଭୁବନେଶ୍ୱର ଡିଭିଜନ-୪ର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର, ରାଜ୍ୟ ଶିଳ୍ପ ବିଭାଗ ସଚିବ, ଭୁବନେଶ୍ୱର ଡିସିପି ଓ ତହସିଲଦାରଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି, ଉକ୍ତ ସରକାରୀ ଜମିକୁ ବେଆଇନ ଭାବେ ଜବରଦଖଲ କରାଯିବା ସହ ଅନୁମତି ନ ଥାଇ ହଜାର ହଜାର ଗୃହ ନିର୍ମାଣ ହେଉଛି। ପ୍ରତିପକ୍ଷମାନଙ୍କ ନିକଟରେ ଲିଖିତ ଅଭିଯୋଗ ସତ୍ତ୍ବେ କାର୍ଯ୍ୟାନୁଷ୍ଠାନ ହେଉନି। ଅପରପକ୍ଷରେ ସେମାନଙ୍କୁ ଉଚ୍ଛେଦ ସହ ବର୍ଷାଦିନରେ ନଦୀବନ୍ଧ ପ୍ରତି ବିପଦ ଯେପରି ଦେଖା ନ ଦେବ ସେଥିପାଇଁ ସମ୍ପୃକ୍ତ ବିଭାଗକୁ ତାଗିଦ୍‌ କରିବା ପାଇଁ ଅଦାଲତକୁ ପ୍ରାର୍ଥନା କରାଯାଇଛି। ଏଥିସହ ବେଆଇନ ଭାବେ ସରକାରୀ ଜମିରେ ନିର୍ମାଣ ହେଉଥିବା ଅଟ୍ଟାଳିକାଗୁଡ଼ିକ ତୁରନ୍ତ ଭଙ୍ଗାଯିବା ଲାଗି ଜିଲା ପ୍ରଶାସନ, ସ୍ଥାନୀୟ ତହସିଲଦାର ଓ ପୋଲିସକୁ ନିର୍ଦ୍ଦେଶ ଦେବା ଲାଗି ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri