କୁକୁଡ଼ାଖଣ୍ଡି,୯ା୩(ଡି.ଏନ୍.ଏ.)-କୁକୁଡ଼ାଖଣ୍ଡି ତୁଟାସାହିରେ ଥିବା ଝାମି ଏଲେମା ଠାକୁରାଣୀଙ୍କ ପୂର୍ଣ୍ଣିମା ଯାତ୍ରା ତଥା ଚଳିତ ବର୍ଷର ଶେଷ ଯାତ୍ରା ସୋମବାର ପାଳିତ ହୋଇଯାଇଛି। ଏହି ଅବସରରେ ସକାଳ ପହରୁ ରୀତିନୀତି ଅନୁଯାୟୀ ବେଢା, ଦୀପ ଆଳତି, ହେବା ସହ ଦୋଳ ପୂର୍ଣ୍ଣି ପାଇଁ ମା’ଙ୍କୁ ଚଣା, ଫେଣା, ଫୋଗୁ ଆଦି ଅର୍ପଣ କରାଯାଇଥିଲା। ଯାତ୍ରାରେ ମା’ଙ୍କୁ ଦର୍ଶନ କଲେ ବିଭିନ୍ନ ପ୍ରକାର ଚର୍ମ ରୋଗ ଦୂର ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏଥିପାଇଁ
ମନ୍ଦିର ପରିସରରେ ଶହଶହ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ଏଥିସହ ପରିବାରର ମଙ୍ଗଳ ସକାଶେ ଭକ୍ତ ମାନେ ଯାତ୍ରାରେ ମୁଆଁ ପକାଇଥାନ୍ତି। ବିଶେଷ କରି ତେଲୁଗୁ ସମ୍ପ୍ରଦାୟର ଲୋକଙ୍କ ଲାଗି ଏହି ଯାତ୍ରା ଅତି ଗୁରୁତ୍ୱପୂର୍ଣ୍ଣ। କେଉଁ ପୌରାଣିକ କାଳରୁ ଏହି ଯାତ୍ରା ଅନୁଷ୍ଠିତ ହୋଇଆସୁଛି। ଯାତ୍ରାର ଶେଷରେ ପୁଣି ମା’ଙ୍କ ବେଢା, ଅଗ୍ନିପୂଜା, ଆଳତି ହୋଇ ଗୁପ୍ତନୀତି ସମ୍ପୂର୍ଣ୍ଣ ହୋଇଥାଏ। ଭିଡ଼କୁ ଦୃଷ୍ଟିରେ ରଖି ଯାତ୍ରା ପରିଚାଳନା କମିଟି ପକ୍ଷରୁ ସ୍ବତନ୍ତ୍ର ବନ୍ଦବସ୍ତ କରାଯାଇଥିବା ବେଳେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।
Posted inଆମ ଜିଲା ଖବର, ଗଞ୍ଜାମ View All
କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ
ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...
୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…
ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍: ପୁରୁଷୋତ୍ତମପୁର ଏସ୍ଡିପିଓ, ଗଞ୍ଜାମ ଥାନା ପ୍ରଥମ
ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍ ନେଟ୍ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍ଏସ୍) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍...
ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …
ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...
Archives


