କୁକୁଡ଼ାଖଣ୍ଡି ବ୍ଲକ: ସିଲ ହେଲା ମାଟିଆସାହି

କୁକୁଡାଖଣ୍ଡି,୫।୪(ଡି.ଏନ.ଏ.)- କୁକୁଡାଖଣ୍ଡି ବ୍ଲକ ବାଘଲଟି ପଞ୍ଚାୟତର ମାଟିଆସାହିକୁ ସିଲ କରିଛି ଜିଲା ପ୍ରଶାସନ। ଏନେଇ ସୂଚନା ଦେଇଛନ୍ତି ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ତ୍ରେୟ ଭାଉ ସାହେବ। ଉକ୍ତ ଗ୍ରାମକୁ ରାଜ୍ୟ ବାହାରରୁ ୧୩୦ ଜଣ ବ୍ୟକ୍ତି ଆସିଥିବା ତହସିଲଦାର ଇପସିତା ପ୍ରିୟଦର୍ଶନୀ ମିଶ୍ର ଗ୍ରାମକୁ ଯାଇ ଘଟଣା ସମ୍ପର୍କରେ ଅବଗତ ହେବାପରେ ଇପଜିଲାପାଳଙ୍କୁ ଜଣାଇଥିଲେ। ପରେ ଉପଜିଲାପାଳ ଗ୍ରାମକୁ ସିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସରକାର ଏହାକୁ ହଟସ୍ପଟ୍ ବୋଲି ଘୋଷଣା କରିଛନ୍ତି।କୁକୁଡାଖଣ୍ଡିର ଅତିରିକ୍ତ ତହସିଲଦାର ଅମ୍ବିତ ମହାନ୍ତିଙ୍କୁ ସେଠାର ମାଜିଷ୍ଟ୍ରେଟ ଦାୟିତ୍ବ ପ୍ରଦାନ କରିବାସହ ଗୋଳନ୍ଥରା ଥାନା ଅଧିକାରୀଙ୍କୁ ଘଟଣା ଉପରେ ନଜର ରଖିବା ସହ ସେଠାରେ ଚେକପୋଷ୍ଟ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ବିଡିଓଙ୍କୁ ସେଠାରେ ବସବାସ କରୁଥିବା ଲୋକଙ୍କ ପାଇଁ ଅତ୍ୟାବଶକ ସାମଗ୍ରୀର ହୋମଡେଲିଭେରି ପାଇଁ ମଧ୍ୟ କୁହାଯାଇଛି। ଗ୍ରାମକୁ ପ୍ରବେଶ ଓ ପ୍ରସ୍ଥାନ ଉପରେ କଟକଣା ସହ ବାରଣ କରାଯାଇଛି ଏବଂ ଯାନବାହାନ ପ୍ରବେଶକୁ ମଧ୍ୟ ବାରଣ କରାଯାଇଛି।ଗତ ୫ଦିନ ହେଲା ଭୂବନେଶ୍ବର ବମିଖାଲ ଅଞ୍ଚଳରୁ ଚାଲିଚାଲି ୧୩୦ ଜଣ ଆସିଥିଲେ। ପ୍ରଶାସନ ପଷରୁ ଗ୍ରାମବାସୀକୁ ୩ମାସର ଚାଉଳ ପ୍ରଦାନ କରାଯାଇଛି।ଡାକ୍ତରୀ ଦଳ ମଧ୍ୟ ଗ୍ରାମରେ ପହଞ୍ଚି ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri