କୁକୁଡ଼ା ଚାଷୀଙ୍କ ପାଇଁ କ୍ଷତିପୂରଣ ଦାବି କଲା ଭାଜପା

ଭୁବନେଶ୍ୱର, ୧୭।୩(ବ୍ୟୁରୋ): କୁକୁଡ଼ା ମାଂସ ଖାଇଲେ କରୋନା ହେବ ଏକଥା ମିଛ ପ୍ରମାଣିତ ହୋଇ ସାରିଛି। ଏହାର କୌଣସି ବୈଜ୍ଞାନିକ ଆଧାର ନାହିଁ । ହେଲେ ଏହି ଗୁଜବ କାରଣରୁ କୁକୁଡା ମାଂସ କେତେକ ଲୋକ ଖାଉ ନାହାନ୍ତି। ଏହା ଦ୍ୱାରା ମାଂସ ବିକ୍ରି ଅହେତୁକ ହ୍ରାସ ପାଇଛି। ଏହାର ସିଧାସଳଖ ପ୍ରଭାବି କୁକୁଡା ଚାଷୀଙ୍କ ଉପରେ ପଡିଛି। ଏହି ଗୁଜବକୁ ଯେପରି ଭାବେ ପ୍ରତିହତ କରିବା କଥା, ତାହା ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇ ନ ଥିବା ଭାଜପା ପକ୍ଷରୁ କୁହାଯାଇଛି। ଦଳର କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ସୁରଥ ବିଶ୍ୱାଳ କହିଛନ୍ତି ଯେ, ରାଜ୍ୟର କୁକୁଡା ଚାଷୀ ଦେବାଳିଆ ପରିସ୍ଥିତିକୁ ଆସିଲେଣି। ପୂର୍ବରୁ କୁକୁଡା ମାଂସ ପାଇଁ ମଧ୍ୟ ଆମେ ପଡୋଶୀ ରାଜ୍ୟ ଉପରେ ନିର୍ଭର କରୁଥିଲେ। ଏବେ ଅନେକାଂଶରେ ଆତ୍ମ ନିର୍ଭରଶୀଳ ହୋଇଛେ। ଏହା ଓଡ଼ିଆ କୁକୁଡା ଚାଷୀଙ୍କ ଯୋଗୁ ସମ୍ଭବ ହୋଇଛି। ତେଣୁ ଏଥିପ୍ରତି ସରକାର ଦୃଷ୍ଟି ଦିଅନ୍ତୁ ବୋଲି ସୁରଥ କହିଛନ୍ତି। ରାଜ୍ୟରେ ୩୦ଲକ୍ଷ ଲୋକ ପ୍ରତ୍ୟେକ୍ଷ ଏବଂ ପରୋକ୍ଷ ଭାବେ କୁକୁଡା ଚାଷ ଉପରେ ନିର୍ଭରଶୀଳ । ଫନୀ ପରେ ରାଜ୍ୟରେ ବ୍ୟାପକ ଭାବରେ କୁକୁଡା ଚାଷ କ୍ଷତିଗ୍ରସ୍ତ ହୋଇଥିଲା । ହେଲେ ଚାଷୀମାନଙ୍କୁ ସମ୍ପୃର୍ଣ୍ଣ କ୍ଷତିପୂରଣ ମିଳି ନାହିଁ। ତେଣୁ ଫନୀ ଏବଂ କରୋନା ଗୁଜବ ଦ୍ୱାରା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ମିଳୁ ବୋଲି ଭାଜପା ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍‌ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୩୬୦ରୁ ୩୩୦ ନମ୍ବର ରଖି…

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri