କୁକୁଡ଼ା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସହ ୩ କୋର୍ଟଚାଲାଣ

ଶଙ୍କରାଖୋଲ,୧୫ା୭(ଡି.ଏନ୍‌.ଏ.)-ଟିକାବାଲି ଥାନା ଶଙ୍କରାଖୋଲ ନିକଟ ଗୁଡ୍ରିଗଁାରେ ଗତ ସେପ୍ଟେମ୍ବର ୨୯ ତାରିଖ ରାତିରେ ୭ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ କୁକୁଡ଼ା ବ୍ୟବସାୟୀ ସୀମାଞ୍ଚଳ ସାହୁଙ୍କ ଘରୁ ଡକାୟତି କରିଥିଲେ। ଏହି ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସହ ୩ ଜଣଙ୍କୁ ରବିବାର କୋର୍ଟଚାଲାଣ କିରିଛି। ସେମାନେ ହେଲେ ମୁଖ୍ୟ ଅଭିଯୁକ୍ତ ରାଇକିଆ ଥାନା ପଞ୍ଚାୟତ ସାହିର ସୋନି ନାୟକ ଓ ଡିଡ୍ରବାଡିର ଲାଲୁ ଓରଫ୍‌ ସୁଧାଂଶୁ ଶେଖର ନାୟକ, ଦାରିଙ୍ଗବାଡ଼ି ଥାନା ସବେରା ଗଁାର ଦିଲୀପ କୁମାର ପ୍ରଧାନ, ବାଲିଗୁଡ଼ା ଥାନା ହାଟପଦା ସାହିର ଟୁକୁନା ଓରଫ୍‌ ପ୍ରତିରଞ୍ଜନ ଦିଗାଳ। ଏମାନଙ୍କଠାରୁ ୪ ହଜାର ଟଙ୍କା, ୨ ବାଇକ୍‌, ୬ ମୋବାଇଲ୍‌ ଫୋନ୍‌ ଜବତ ହୋଇଛି। ଟିକାବାଲି ଥାନା ଛଡ଼ା ଭୁବନେଶ୍ୱର, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଜିଲାର ବିଭିନ୍ନ ଥାନାରେ ଅଭିଯୁକ୍ତଙ୍କ ବିରୋଧରେ ଏକାଧିକ ମାମଲା ଥିବା ସ୍ଥାନୀୟ ଆଇଆଇସି ଆଦିତ୍ୟ କୁମାର ସେଠୀ କହିଛନ୍ତି। ଉକ୍ତ ଘଟଣାରେ ପୂର୍ବରୁ ୨ଜଣଙ୍କୁ କୋର୍ଟଚାଲାଣ କରାଯାଇଥିଲା। ୭ଜଣ ଦୁବୃର୍ତ୍ତ ୩ଟି ବାଇକ୍‌ରେ ଆସି ୧୫୭ନଂ. ଜାତୀୟ ରାଜପଥ କଡ଼ରେ ଥିବା ଏକ ହୋଟେଲରେ ପହଞ୍ଚତ୍ ହୋଟେଲ ମାଲିକଙ୍କ ସହ ଜଣେ ଯୁବକଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ହୋଟେଲ ଆରପଟ ସୀମାଞ୍ଚଳଙ୍କ ଘରକୁ ଯାଇଥିଲେ। ସେଠାରେ ୨ଲକ୍ଷ ଟଙ୍କା ୩ଟି ଏଟିଏମ୍‌ କାର୍ଡ ଓ ୨ ମୋବାଇଲ ଫୋନ୍‌ ଲୁଟି ନେଇଥିଲେ। ଏହି ଘଟଣାରେ ଏସ୍‌ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶରେ ଆଇଆଇସିଙ୍କ ନେତ୍ୱତ୍ୱରେ ଏକ ସ୍ବତନ୍ତ୍ର ସ୍କ୍ବାଡ ଗଠନ କରି ଟିକାବାଲି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri